ବନ୍ୟା ବିପନ୍ନଙ୍କ ଚୁଡ଼ା ପୋଡ଼ାଗଲା

ବରୀ,୩୧ା୩(ଡି.ଏନ.ଏ.): ଯାଜପୁର ଜିଲାର ବରୀ ବ୍ଲକ ଏକ ବନ୍ୟା ବାତ୍ୟା ପ୍ରଭାବିତ ଅଞ୍ଚଳ। ବିଭିନ୍ନ ସମୟରେ ଏଠି ପ୍ରାକୃତିକ ବିପର୍ଯ୍ୟୟ ଆସି ଲୋକଙ୍କର କ୍ଷତି କରିଥାଏ। ସେହି ଅନୁସାରେ ସରକାରଙ୍କ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଚୁଡ଼ାଗୁଡ଼ ମହଜୁଦ ରଖାଯାଇଥାଏ। ବନ୍ୟାବାତ୍ୟା ସମୟରେ ଏସବୁ ଲୋକଙ୍କୁ ବଣ୍ଟନ କରାଯାଏ। ତେବେ ପ୍ରଶାସନିକ ଅଧିକାରୀଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ବିପନ୍ନଙ୍କ ପାଇଁ ବରୀ ବ୍ଲକ ଅଞ୍ଚଳକୁ ଆସିଥିବା ୨୦ କୁଇଣ୍ଟାଲ ଚୁଡ଼ାକୁ ଶେଷରେ ପୋଡ଼ି ଦିଆଯାଇଛି। ୨୯ ତାରିଖ (ସୋମବାର)ସରକାରୀ ଛୁଟିଦିନରେ ବରୀ ବ୍ଲକ ପ୍ରଶାସନ ପକ୍ଷରୁ ଏହି ଚୁଡ଼ାକୁ ଗୋଦାମରୁ କଢ଼ାଯାଇ ନିଅଁା ଲଗାଇ ଦିଆଯାଇଛି। ଫଳରେ ଏହାକୁ ନେଇ ସାଧାରଣରେ ନାନା ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଶ୍ନ ଉଠେ ବନ୍ୟା ପ୍ରଭାବିତ ଲୋକେ ନିରାଶ୍ରୟ ହୋଇ ଛାତ ଉପରେ, ନଦୀ ବନ୍ଧରେ ଭୋକ ଉପାସରେ ଦିନ କାଟୁଥିବା ବେଳେ ଏତେ ଚୁଡା ଗଚ୍ଛିତ ରଖାଯାଇଥିଲା କାହିଁକି। ବ୍ଲକର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସ୍ବଚ୍ଛତା ବଜାଇ ରଖିବା କ୍ଷେତ୍ରରେ ଗୁରୁତ୍ୱ ଦେଉଥିବା ବିଡିଓ କିପରି କୌଣସି ଲୋକ ପ୍ରତିନିଧିଙ୍କୁ ସୂଚନା ନ ଦେଇ ଏଭଳି କାର୍ଯ୍ୟ କଲେ ବୋଲି ଲୋକେ ପ୍ରଶ୍ନ କରିଛନ୍ତି। ଏ ସମ୍ପର୍କରେ ବିଡିଓ ଶିବାନନ୍ଦ ସ୍ବାଇଁଙ୍କୁ ପଚାରିବାରୁ ସେ କହିଛନ୍ତି, ଉକ୍ତ ଚୁଡ଼ା ୨୦୧୧ରୁ ଗଚ୍ଛିତ ଥିଲା। ତେବେ ଏହା ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଥିବାରୁ ଜିଲାପାଳଙ୍କୁ ଅବଗତ କରାଯାଇଥିଲା। ଜିଲାପାଳ ଏହାକୁ ନଷ୍ଟ କରିଦେବାକୁ ନିର୍ଦ୍ଦେଶ ଦେଇଥିଲେ। ତେଣୁ ଚୁଡ଼ାବସ୍ତାଗୁଡ଼ିକୁ ପୋଡ଼ିଦିଆଯାଇଛି ବୋଲି ବିଡିଓ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଉକ୍ତ ଘଟଣାକୁ ନେଇ ବରୀ ଭାଜପା ପ୍ରତିକ୍ରିୟାଶୀଳ ହୋଇଛି। ଦଳ ପକ୍ଷରୁ ମଙ୍ଗଳବାର ବିଶ୍ୱରଞ୍ଜନ ମଲ୍ଲିକ ଏକ ଖବରଦାତା ସମ୍ମିଳନୀ କରି କହିଛନ୍ତି, ଏହା ଅତ୍ୟନ୍ତ ନିନ୍ଦନୀୟ ଘଟଣା। ତେଣୁ ସରକାରଙ୍କ ତରଫରୁ ଦିଆଯାଇଥିବା ଏହି ସାହାଯ୍ୟର ଦୂରୁପଯୋଗ କରିଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ୧୦ଦିନ ମଧ୍ୟରେ ଜିଲାପାଳ ଏ ଦିଗରେ ତଦନ୍ତ କରି ଯଦି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରନ୍ତି ତେବେ ବରୀ ଭାଜପା ରାଜରାସ୍ତାକୁ ଓହ୍ଲାଇବ ବୋଲି ମଲ୍ଲିକ ଚେତାବନୀ ଦେଇଛନ୍ତି। ଉକ୍ତ ଖବରଦାତା ସମ୍ମିଳନୀରେ ବରୀ ବ୍ଲକ ଅଧ୍ୟକ୍ଷା ସୁବାସିନୀ ଶର୍ମା, ଦିଲୀପ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri