ଫୁଲୁଛି ବ୍ରାହ୍ମଣୀ: ବନ୍ୟା ଆଶଙ୍କାରେ ଲୋକେ ଆତଙ୍କିତ

ଢେଙ୍କାନାଳ ଅଫିସ,୧୪ା୮: ଢେଙ୍କାନାଳ ଜିଲାରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଢେଙ୍କାନାଳ ଓ କାମାକ୍ଷାନଗର ରାସ୍ତାର ଗେଙ୍ଗୁଟିଆ ଏବଂ କମଗରା ମଧ୍ୟରେ ଥିବା ବ୍ରାହ୍ମଣୀ ଫୁଲିବାରେ ଲାଗିଛି। ନଦୀରେ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ ନଦୀ କୂଳରେ ଥିବା ଜିଲାର ସଦର ବ୍ଲକରେ ଗେଙ୍ଗୁଟିଆ, ସାଙ୍କୁଲେଇ, ଗଁଦିଆ ବ୍ଲକ କଙ୍ଖା, ଭୁବନ ବ୍ଲକର ଓଢଣା, ମାଳ ପୁରା ଓ କାମାକ୍ଷାନଗର ବ୍ଲକ କାମଗରା ଓ ତୁମୁସିଙ୍ଗା ଆଦି ଗ୍ରାମରେ ବନ୍ୟାଜଳ ପ୍ରବେଶ କରିବା ଆଶଙ୍କା ରହିଛି। ସେହିପରି ଓଡ଼ାପଡ଼ା ବ୍ଲକର ଖୁଣ୍ଟୁଝରୀ ପଞ୍ଚାୟତର ବିଦାବନ୍ଧରୁ ଗୁଣ୍ଡିଚାପଡ଼ା ପଞ୍ଚାୟତର ବେଶାଳିଆ ମଧ୍ୟରେ ଥିବା ଗ୍ରାମ ରାସ୍ତାର ବଡ଼ଯୋର ନାଳ ଉପରେ ଥିବା କଲଭର୍ଟ ଉପରେ ଅଣ୍ଟାଏ ଉଚ୍ଚତାରେ ପାଣି ଚାଲୁଥିବାରୁ ବିଦାବନ୍ଧରୁ ବେଶାଳିଆ ଓ ଢେଙ୍କାନାଳ ସହର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବିଦାବନ୍ଧ ଓ ଏହାର ଆଖପାଖ ଗ୍ରାମ ଖୁଣ୍ଟୁଝରୀ, ବଲଭଦ୍ରପୁର, କୋରେଇ ଗାଡ଼ିଆ ଗ୍ରାମବାସୀ ଏଥିପାଇଁ ଜରୁରୀ କାମ ପାଇଁ ସହର କିମ୍ବା ରୋଗୀଙ୍କୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟ ଆସି ପାରୁନାହାନ୍ତି। ପିଲାମାନେ ପାଠ ପଢ଼ିବାକୁ ବିଦ୍ୟାଳୟକୁ ଯାଇ ପାରୁନାହାନ୍ତି। ରୋଗୀଙ୍କୁ ନେବା ପାଇଁ ଆମ୍ବୁଲାନ୍ସ ମଧ୍ୟ ଆସିପାରୁନି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri