ଗଣିଆ-ବଡ଼ମୂଳ ରାସ୍ତାରେ ବନ୍ୟାଜଳ

ଗଣିଆ,୪ା୮(ସନ୍ତୋଷ କୁମାର ପ୍ରଧାନ): ଲଗାଣ ବର୍ଷା ପ୍ରଭାବରେ ନୟାଗଡ଼ ଜିଲା ଗଣିଆ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗଣିଆ-ବଡ଼ମୂଳ ରାସ୍ତାର କେତେକ ସ୍ଥାନରେ ୨ରୁ ୫ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଗତ ମଙ୍ଗଳବାର ରାତିରୁ ଳଘୁଚାପଜନିତ ଲଗାଣ ବର୍ଷା ଲାଗିରହିବା ଫଳରେ ବୁଧବାର ଅପରାହ୍ନରୁ ମହାନଦୀ ପାଣି ବଢ଼ି ଚାଲିଥିଲା। ଗୁରୁବାର ଅପରାହ୍ନ ସୁଦ୍ଧା ବନ୍ୟାଜଳ ଧିରେ ଧିରେ ହ୍ରାସ ପାଇବାକୁ ଲାଗିଛି। ତଥାପି ଅପରାହ୍ନ ସୁଦ୍ଧା ଏହି ରାସ୍ତାରେ ବନ୍ୟାଜଳ ପ୍ରବାହିତ ହେଉଛି। ସେହିପରି ଗଣିଆ – ଛାମୁଣ୍ଡିଆ ରାସ୍ତାର ରାସଙ୍ଗ ରାସ୍ତା ଉପରେ ୪ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ରାସ୍ତାର କଳାପାଟ ଠାକୁରାଣୀ ପୀଠ ଓ ବୃତଙ୍ଗ ସେତୁ ମଧ୍ୟରେ ୩ରୁ ୪ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ସେହିପରି ଛାମୁଣ୍ଡିଆ-ବଡମୂଳ ରାସ୍ତା ଉପରେ ବି ବନ୍ୟା ଜଳ ଚାଲିଛି। ଫଳରେ ସୀମାନ୍ତ କୁତୁରୀ ଗ୍ରାମବାସୀ ୨ଦିନ ଧରି ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଏହି ଗ୍ରାମରେ ବିଦ୍ୟୁତ୍‌ କିମ୍ବା ମୋବାଇଲ ସେବା ନ ଥିବା ବେଳେ ଗ୍ରାମବାସୀ ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇ ରହିଛି। ସେହିପରି ରାସଙ୍ଗ, ଛାମୁଣ୍ଡିଆ ଓ କିଶୋରପ୍ରସାଦ ପଞ୍ଚାୟତର ଗହୀରି ବିଲରେ ଥିବା ସମସ୍ତ ଚାଷ ଜମି ବନ୍ୟାଜଳରେ ବୁଡ଼ି ରହିଛି। ରାସଙ୍ଗ ପଞ୍ଚାୟତର ରାସଙ୍ଗଠାରେ ପ୍ରଶାସନ ତରଫରୁ ବୋଟ୍‌ ବ୍ୟବସ୍ଥା କରାଯାଇଛି। ଗୁରୁବାର ସକାଳେ ମହାନଦୀର ବଡ଼ମୂଳ ମାଳିସାହି ଗେଜ୍‌ ପଏଣ୍ଟଠାରେ ଜଳସ୍ତର ୩୮ଫୁଟ୍‌ ଥିବା ବେଳେ ଅପରାହ୍ନ ୫ଟା ସୁଦ୍ଧା ଜଳସ୍ତର ହ୍ରାସ ହୋଇ ୩୬ଫୁଟ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ଲଗାଣ ବର୍ଷା ଯୋଗୁ ରାସଙ୍ଗ ଗ୍ରାମର ରବିନ୍ଦ୍ର କୁମାର ସାହୁଙ୍କ ୧ବଖରା କଚ୍ଚାଘର ଭାଙ୍ଗିଯାଇଛି। ଅନ୍ୟ ବଖରାରେ ପରିବାର ଲୋକମାନେ ଜରିପାଲ ପକାଇ ରହିଛନ୍ତି। ସେହିପରି ଗଣିଆ ବ୍ଲକ କଲୋନୀର ପାଚେରୀ ଲଗାଣ ବର୍ଷାରେ ଭାଙ୍ଗିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?