ଖଡ଼ିଆଳ,୩।୧୦(ସୁଜିତ କୁମାର ପ୍ରଧାନ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ନୂଆପଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। ପଲସଦା ବ୍ରିଜ ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିବା ବେଳେ ବୋଡ଼େନ-ଖଡିଆଳ ମୁଖ୍ୟ ରାସ୍ତାରେ ଯାତାୟତ ବନ୍ଦ ରହିଛି। ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ପାଣି ନ କମିବା ପର୍ଯ୍ୟନ୍ତ ବିଜ୍ର ଉପରେ ନ ଯିବାକୁ ସଚେତନ କରିଛନ୍ତି।
ଘଟଣାସ୍ଥଳରେ ଖଡ଼ିଆଳ ଏସ୍ଡିପିଓ ଉପେନ୍ଦ୍ର ପ୍ରଧାନ, ଖଡ଼ିଆଳ ଥାନା ଅଧିକାରୀ ଦିଲୀପ କୁମାର ସାହୁଙ୍କ ସହ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ବନ୍ୟା ଜଳ ହ୍ରାସ ହେଲେ ଯାତାୟତ ସ୍ବାଭାବିକ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

