ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ ହୋଇଯାଇଛି। ଗତ ମାସରେ ଚାଷୀ ଧାନରୁଆ କାମ ସାରି ଦ୍ୱିତୀୟ ଥର ଖତ ସାର ମଧ୍ୟ ପ୍ରୟୋଗ କରିଥିଲେ।

ହେଲେ ଲଗାଣ ବର୍ଷା ଯୋଗୁ ହାତୀ ଓ ତେଲ ନଦୀର ଜଳସ୍ତର ବୃଦ୍ଧି ପାଇଥିଲା। ପରବର୍ତ୍ତୀ ସମୟରେ ଏହା ବନ୍ୟା ରୂପ ନେଇଥିଲା, ଯାହାର ସିଧାସଳଖ ପ୍ରଭାବ ପଡ଼ିଥିଲା ଚାଷୀଙ୍କ ଉପରେ।

ବନ୍ୟା ଛାଡ଼ିବା ପରେ ଏବେ ଚାଷୀଙ୍କ ଦୁର୍ଦ୍ଦଶା ବଢ଼ିଛି। ଅନେକ ଚାଷଜମି ବାଲିଚର ହେବା ସହ ଧାନ ଫସଲ ପଚି ନଷ୍ଟ ହୋଇଯାଇଛି। କିଛି ଜମିରେ ଏବେ ମଧ୍ୟ ବନ୍ୟାପାଣି ଲହଡ଼ି ମାରୁଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ଚାଷୀ ମୁଣ୍ଡରେ ହାତଦେଇ ବସିଛି। ବିଶେଷକରି ହାତୀ ନଦୀରେ ବନ୍ୟା ଯୋଗୁ ଜୁନାଗଡ଼ ବ୍ଲକ୍‌ର ମୂର୍ଲାପଦର, ପରିଆଗାଁ, ଚିଙ୍ଗୁଡ଼ିସର, ପାଣିଗାଁ, ଝାରବନ୍ଧ, ପରିଆଗଡ଼, ଭଇଁରିଗୁଡା, ବାଗଡୁଙ୍ଗରୀ, ମିଚାଗାଁ, ଚିଚୈଗୁଡ଼ା ତଲମଲା, ମସିଗାଁ ଓ ସାହାଜକନା ପ୍ରଭୃତି ଗ୍ରାମର ପ୍ରାୟ ୮ ଶହ ଏକରରୁ ଊଦ୍ଧର୍‌ବ ଧାନ ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଚାଷୀ ଅଭିଯୋଗ କରିଛନ୍ତି। ହାତୀ ନଦୀରେ ଏହା ତୃତୀୟ ବନ୍ୟା ଥିଲା।

ଧାରକରଜ କରି ୩ଥର ଚାଷୀ ଜମିରେ ଧାନ ରୋଇଥିବାବେଳେ ବନ୍ୟା ସେମାନଙ୍କ ସ୍ବପ୍ନକୁ ଉଜାଡ଼ିଦେଇଛି। ସେହିପରି ବନ୍ୟା ସମୟରେ ଇନ୍ଦ୍ରାବତୀ କର୍ତ୍ତୃପକ୍ଷ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ ଖୋଲିଦେବା ପରେ ତଳମୁଣ୍ଡରେ ବନ୍ୟା ପାଣି ମାଡିଆସିବାରୁ ଧାନ ଫସଲ ଆମର ନଷ୍ଟ ହୋଇଗଲା। ଯଦି ସରକାର କ୍ଷତିପୂରଣ ନ ଦିଅନ୍ତି ତଥା ଇନ୍‌ସ୍ୟୁରାନ୍ସ କମ୍ପାନୀ ବୀମା ଟଙ୍କା ପ୍ରଦାନ ନ କରନ୍ତି ପରିବାର କେମିତି ଚଳିବ ବୋଲି ଅତି କ୍ଷୋଭର ସହ ସ୍ଥାନୀୟ ଚାଷୀ ହିମାଂଶୁ ପୂଜାରୀ, ଭବାନୀ ବିଶ୍ୱାଳ, ଗଦାଧର ବିଶ୍ୱାଳ, ଈଶ୍ୱର ପୂଜାରୀ ପ୍ରମୁଖ ପ୍ରକାଶ କରିଛନ୍ତି। ପ୍ରଶାସନ ତୁରନ୍ତ କ୍ଷତିଗ୍ରସ୍ତ ଚାଷଜମିର ଆକଳନ କରି କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?