ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍‌ ଅତିକ୍ରମ କରିବ ବନ୍ୟାଜଳ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି। ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନ କରିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଭକ୍ତ ରଞ୍ଜନ ମହାନ୍ତି। କେବଳ ତଳିଆ ଅଞ୍ଚଳରେ ପାଣି ପଶିପାରେ। ଏନେଇ ସତର୍କ ରହିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଏପରିକି ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍‌ ଅତିକ୍ରମ କରିବ ବନ୍ୟାଜଳ। ତଳିଆ ଅଞ୍ଚଳ କଣାସ, ଧନୁଆରେ ପାଣି ପଶିପାରେ ବୋଲି ସେ ସତର୍କ କରାଇଛନ୍ତି।

ଏନେଇ ଖୋର୍ଦ୍ଧା, ପୁରୀ ଜିଲାର ଅଧିକାରୀଙ୍କୁ ସଜାଗ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବୈତରଣୀ ଜଳସ୍ଥର ବଢୁଥିବା ବେଳେ ବଡ଼ ବର୍ଷା ନ ହେଲେ ଜଳସ୍ତର ଖସିବ ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଆଦି ବିପଦ ସଂକେତ ତଳେ ପ୍ରବାହିତ ହେଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri