ଶତାଧିକ ହେକ୍ଟର ଚାଷଜମିକୁ ମାଡ଼ିଲା ଲୁଣି ପାଣି

ମହାକାଳପଡ଼ା,୧୮ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ସଂଲଗ୍ନ ଆଖଡ଼ାସାହି ସ୍ଲୁଇସ୍‌ ଗେଟ୍‌ ଦେଇ ଲୁଣିପାଣି ଶତାଧିକ ହେକ୍ଟର ଚାଷଜମିକୁ ମାଡ଼ି ଯାଇଛି। ଗତ ୨ ଦିନ ହେବ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଉପରୋକ୍ତ ଜମିର ଫସଲ ନଷ୍ଟ ହେବାର ଆଶଙ୍କା ପ୍ରକାଶ ପାଇଛି। ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଚାଷୀମାନେ ତଳି ଓ ବୁଆ ବୁଣାବୁଣି କରିଥିଲେ ମଧ୍ୟ ଲୁଣିପାଣି ପଶି ତାହା ନଷ୍ଟ କରିଛି। ଫଳରେ ଚାଷୀଙ୍କ ବର୍ଷକ ଆହାର ପ୍ରକୃତି ଛଡ଼ାଇ ନେଇଛି। ବ୍ଲକର ବରକନ୍ଧା, ମଙ୍ଗଳପୁର, ପେଟଛେଲା, ରାମନଗର, ବଉଳକଣି, ବାରଡାଙ୍ଗ ପଞ୍ଚାୟତର ଶତାଧିକ ହେକ୍ଟର ଚାଷ ଜମି ଲୁଣିପାଣିରେ ବୁଡିରହିଛି ବୋଲି ସ୍ଥାନୀୟ ଚାଷୀମାନେ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୩ ମେ’ ୧୩ରେ ୭କୋଟି ବ୍ୟୟ ଅଟକଳରେ ଆଖଡ଼ାସାହିରେ ଏକ ସ୍ଲୁଇସ୍‌ ଗେଟ୍‌ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରିଥିଲେ। ୨୦୧୮ ଜୁନ୍‌ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବ ବୋଲି ସମୟ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଆଜି ପର୍ଯ୍ୟନ୍ତ ଏହି ପ୍ରକଳ୍ପ ନିର୍ମାଣ ଶେଷ ହୋଇପାରିନାହିଁ। ଏଥିପାଇଁ ଜମି ଅଧିଗ୍ରହଣ ବାଧକ ସାଜିଛି। ନିର୍ମାଣ ପୂର୍ବରୁ ଜମି ଅଧିଗ୍ରହଣ କରା ନ ଯାଇ କାହିଁକି ପ୍ରକଳ୍ପ ନିର୍ମାଣ ଆରମ୍ଭ କରାଗଲା ବୋଲି ଚାଷୀମାନେ ପ୍ରଶ୍ନ କରିଛନ୍ତି। ଅନ୍ୟପକ୍ଷେ, ୧୯୯୫-୯୬ରେ ଆଖଡ଼ାସାହିଠାରେ ଅନ୍ୟ ଏକ ସ୍ଲୁଇସ ଗେଟ୍‌ ନିର୍ମାଣ ହୋଇଥିଲା। ନିମ୍ନମାନର କାମ ଓ ବୈଷୟିକ ତ୍ରୁଟି ଯୋଗୁ ୨୦୦୨ରେ ସେହି ପ୍ରକଳ୍ପ ଭୁଶୁଡ଼ି ପଡ଼ିଥିଲା। ସେଦିନଠାରୁ ମହାନଦୀ ଜଳ ସ୍ଥାନୀୟ ଚାଷଜମିରେ ପ୍ରବେଶ କରି ଫସଲ ନଷ୍ଟ କରୁଛି ବୋଲି ଚାଷୀମାନେ କହିଛନ୍ତି। ବିଶେଷ କରି ଗୁପ୍ତଗିରି, ବାର୍‌ହାଖିଆ, ମହୁଲା, କେନ୍ତିଆ ଗୋଜ, ସାବିନି, ବାଛୁରିଆ, କିଆ ବାରିଆ, ଅଳାପାହି, ମଧୁବନ, ହୁଳୁହୁଳିଆ ବାଙ୍କ, ଦଳେଇ ପାଟ, ହରିଶ, ମନ୍ତ୍ରୀଭେଡା, ମାଙ୍କଡଖିଆ, ପିରିଖ, ନାଳିଆ ପାଟ ଆଦିର ଚାଷଜମିରେ ଆଣ୍ଠୁଏ ଉଚ୍ଚର ଲୁଣାପାଣି ଜମି ରହିଛି ବୋଲି ଚାଷୀ ନାଥ କୁମାର ଭୋଳ, ବୀରବର ସ୍ବାଇଁ, ହରି ଗୋଛାୟତ, ପ୍ରମୋଦ ସ୍ବାଇଁ, ରାଜନ୍‌ ଗୋଛାୟତ, ବିଜୟ ସ୍ବାଇଁ, ଶଶିଭୂଷଣ ରାଉତରାୟ ପ୍ରମୁଖ ସୂଚନା ଦେଇଛନ୍ତି।
ଏ ସମ୍ପର୍କରେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ପ୍ରବୋଧ କୁମାର ରାଉତ କହିଛନ୍ତି, ଆଖଡା ସାହି ସ୍ଲୁଇସ୍‌ ଗେଟ୍‌ ନିର୍ମାଣ ଶେଷ ହୋଇଛି। ଜମି ଅଧିଗ୍ରହଣ ପାଇଁ ୨୬ଲକ୍ଷ ୮୦ ହଜାର ଟଙ୍କା ଜମି ଅଧିଗ୍ରହଣ କାର୍ଯ୍ୟାଳୟରେ ଆମେ ଜମା କରି ସାରିଛୁ। ଜମି ଅଧିଗ୍ରହଣ ପରେ ଖୁବ୍‌ଶୀଘ୍ର ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri