ପୁଟୁରୁପଡ଼ା ଉଚ୍ଚ ବିଦ୍ୟାଳୟରେ ଜଳାଭାବ

ନୂଆଗଡ,୧୩ା୨:ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ପୁଟୁରୁପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ପ୍ରାୟ ମାସାଧିକ ସମୟ ହେଲାଣି ପାଣିର ଉତ୍କଟ ଅଭାବ ଦେଖାଦେଇଛି। ପାଣିର ଅଭାବ ସମସ୍ୟା ରହିଥିବାରୁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ପ୍ରସ୍ତୁତି, ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସରେ ରହୁଥିବା ଅନ୍ତେବାସୀମାନଙ୍କ ନିମନ୍ତେ ଦୁଇ ଓଳା ରୋଷେଇ କରିବା ଓ ଛାତ୍ରାବାସର ୪୦ଜଣ ଅନ୍ତେବାସୀଙ୍କ ନିତ୍ୟକର୍ମ ବ୍ୟବହାର ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ବିଷୟରେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଗଲେ ମଧ୍ୟ କୌଣସି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ତତ୍ପରତା ଓ ସମାଧାନର ବ୍ୟବସ୍ଥା ହୋଇ ପାରୁନାହିଁ। ଫଳରେ କମ ବୟସର ପିଲାମାନେ ବାଧ୍ୟ ହୋଇ ପ୍ରାୟ ଏକ କିଲୋମିଟର ଦୂରରେ ଥିବା ଅସୁରକ୍ଷିତ ତଥା ଅତି କମ ପାଣି ଥିବା ଝରଣାକୁ ଯାଇ ଶୌଚ ଓ ସ୍ନାନ କରୁଥିବା ଛାତ୍ରମାନେ କହିଛନ୍ତି। ରୋଷେଇ କରିବା ପାଇଁ ମଧ୍ୟ ସେହି ଝରଣାରୁ ପାଣି ନେଇ ରୋଷେଇ କରୁଥିବା ରୋଷେୟା କହିଛନ୍ତି। ଏହି ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସରେ ୪୦ ଜଣ ଛାତ୍ର ଏବଂ ଅଙ୍ଗନୱାଡି କେନ୍ଦ୍ରରେ ୩୦ ସେହିଭଳି ବିଦ୍ୟାଳୟରେ ୧୬୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ପରିସରରେ ଥିବା ଦୁଇଟି ନଳକୂଅରୁ ପାଣି ଆସୁନାହିଁ। ଦୁଇଟି ସ୍ବାସ୍ଥ୍ୟକର କୂଅ ଅଛି, କିନ୍ତୁ ପାଣି ନାହିଁ। ଶୌଚାଳୟ ଅଛି, କିନ୍ତୁ ହୋଇପାରୁନି ବ୍ୟବହାର। ଶାହା ଭରସା ପାଲଟିଛି ଝରଣା ପାଣି। ନାଳପାଣିରେ ଶୌଚ ଓ ସ୍ନାନ କରିବାକୁ ଯାଆନ୍ତି ଛାତ୍ର ଅନ୍ତେବାସୀଗଣ। ଏହିଭଳି ପ୍ରତ୍ୟେକ ବର୍ଷ ସମସ୍ୟା ହେଉଥିବା କହିଛନ୍ତି। ଏହାର ସମାଧାନ ପାଇଁ ଛାତ୍ରାବାସ ନିକଟରେ ଏକ ବହୁ କ୍ଷମତାବିଶିଷ୍ଟ ବୋରଓ୍ବେଲ ଖୋଳାଯାଇ ପାଣି ଟାଙ୍କି ସହ ସୌରଶକ୍ତି ମୋଟର ସଂଯୋଗ କରାଗଲେ ଏପରି ଅସୁବିଧା ଦୂର ହୋଇପାରିବ ଏବଂ ବ୍ଲକର ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଏଥିରେ ହସ୍ତକ୍ଷେପ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ଓ ଛାତ୍ରମାନେ ଦାବି କରିଛନ୍ତି। ଏ ନେଇ ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ କନିଷ୍ଠ ଯନ୍ତ୍ରୀ(୧) ପ୍ରଭାକର ମୁନି କହିଛନ୍ତି କିଛି ଦିନ ଭିତରେ ବୋର୍‌ଓ୍ବେଲ ଖୋଳି ସ୍ଥାୟୀ ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri