ଲୁଣାନଦୀରେ ବନ୍ୟା ଆଶଙ୍କା: ନଦୀକୂଳବାସୀ ଆତଙ୍କିତ

ଡେରାବିଶ, ୧୫ା୮(ସ୍ବ.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷାରେ ମହାନଦୀ ସିଷ୍ଟମ୍‌ରେ ବନ୍ୟା ଆଶଙ୍କା ଦେଖାଦେଇଛି। ହୀରାକୁଦ ଡ୍ୟାମ୍‌ରୁ ଖୋଲାଯାଇଥିବା ୩୪ଟି ଗେଟ୍‌ ଯୋଗେ ପ୍ରବାହିତ ହେଉଥିବା ବନ୍ୟା ଜଳ ରବିବାର ସୁଦ୍ଧା ନରାଜଠାରେ ପହଞ୍ଚତ୍ଛି। ଏହି ବିନ୍ୟାଜଳ ନରାଜରୁ ନିଷ୍କାସନ ହେବା ପରେ ମହାନଦୀର ବିଭିନ୍ନ ଶାଖା ନଦୀ ଦେଇ ପ୍ରବାହିତ ହେବ। ଲୁଣା ଓ କରାଣ୍ଡିଆ ନଦୀରେ ଏହି ବନ୍ୟାଜଳ ପହଞ୍ଚତ୍ବା ପରେ ବନ୍ୟା ଆଶଙ୍କା ଥିବାରୁ ଡେରାବିଶ ବ୍ଲକ ଅଧୀନ ମୁକୁନ୍ଦପୁର, ଯଅଁରାବାରିମୂଳ, ହରିଅଙ୍କ, ଦାନପୁର, ଇନ୍ଦାଳୋ, ବସୁପୁର ପଞ୍ଚାୟତର ନଦୀକୂଳବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲା ବନ୍ୟା ନିୟନ୍ତ୍ରଣ ଦାୟିତ୍ୱରେ ଥିବା ଜଳସମ୍ପଦ ବିଭାଗର ସହକାରୀ ମୁଖ୍ୟ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ରଥ ଓ କେନ୍ଦ୍ରାପଡ଼ାର ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ରାୟଙ୍କ ସମେତ ବିଭାଗୀୟ କନିଷ୍ଠ ଯନ୍ତ୍ରୀମାନେ ରବିବାର ଲୁଣା ନଦୀବନ୍ଧ ପରିଦର୍ଶନ କରିଛନ୍ତି। ନଦୀବନ୍ଧର ଦୁର୍ବଳ ଥିବା ସ୍ଥାନରେ ବାଲିବସ୍ତା ମହଜୁଦ୍‌ ରଖାଯାଇଥିବା ଅଧୀକ୍ଷଣ ଯନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ ଏହି ବନ୍ୟା ପାଇଁ ସାଧାରଣ ଲୋକେ ଆତଙ୍କିତ ନ ହେବା ଲାଗି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲୁଣା ଓ କରାଣ୍ଡିଆ ନଦୀରେ ବନ୍ୟା ହେଲେ ବସୁପୁର ପଞ୍ଚାୟତର ଢିଅବସୁପୁର ଓ ଇନ୍ଦାଳୋ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମ ବିଶେଷ କ୍ଷତିଗ୍ରସ୍ତ ହେବା ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ଏହି ଦୁଇ ଗ୍ରାମ ପାଇଁ ସତର୍କ ଦୃଷ୍ଟି ରଖାଯାଇଛି। ଲୁଣାନଦୀର ପୁବଂଶଠାରେ ବିପଦସଙ୍କେତ ୩୫.୨୮ ଫୁଟ ରହିଥିବା ବେଳେ ଏଠାରେ ୨୮.୫୮ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି। ସେହିପରି ଦାନପୁରଠାରେ ବିପଦସଙ୍କେତ ୩୨.୫୫ ରହିଥିବା ବେଳେ ୨୬.୯୦ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି। ସେହିପରି ବସୁପୁରଠରେ ବିପଦସଙ୍କେତ ୩୦ ଫୁଟ ରହିଥିବା ବେଳେ ରବିବାର ଅପରାହ୍ନ ସୁଦ୍ଧା ୨୭ ଫୁଟ ଜଳ ପ୍ରବାହିତ ହେଉଥିବା ଅଧୀକ୍ଷଣ ଯନ୍ତ୍ରୀ ସେଠୀ ସୂଚନା ଦେଇଛନ୍ତି। ତେବେ ପାଣିପାଗ ବିଭାଗ ପକ୍ଷରୁ ମହାନଦୀର ଉପରମୁଣ୍ଡ ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆଉ ୨ ଦିନ ବର୍ଷାର ପ୍ରଭାବ ରହିବ ବୋଲି ସତର୍କ ସୂଚନା ଦିଆଯାଇଛି। ଡେରାବିଶ ବ୍ଲକ ଅଞ୍ଚଳର ନଦୀକୂଳିଆ ଗ୍ରାମବାସୀ ସମ୍ଭାବ୍ୟ ବନ୍ୟା ନେଇ ଆଶା ଆଶଙ୍କାରେ ଦିନ କାଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?