ବାରବାଟୀ ଷ୍ଟାଡିୟମରେ ହଠାତ୍‌ ଫ୍ଲଡ ଲାଇଟ ବନ୍ଦ: ସୋଫିଆ ଫିର୍ଦ୍ଦୋଶ କହିଲେ…

ଭୁବନେଶ୍ୱର,୧୦।୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ହଠାତ୍‌ ଫ୍ଲଡ ଲାଇଟ ବନ୍ଦ ହୋଇଯାଇଥିଲା। ଫଳରେ ମ୍ୟାଚ କିଛି ସମୟ ବନ୍ଦ ହୋଇଯାଇଥିଲା। ଏହାକୁ ନେଇ ସୋମବାର ରାଜନୀତି ତେଜିବାରେ ଲାଗିଛି। କ୍ରୀଡ଼ା ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ବିଜେଡି ।
ଅନ୍ୟପକ୍ଷେ, ଏ ନେଇ ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହା ଅତ୍ୟନ୍ତ ଲଜ୍ୟାଜନକ ଘଟଣା।ଏହାର ଅନୁସନ୍ଧାନ ହେବା ନିହାତି ଜରୁରୀ। ଯିଏ ବି ଭୁଲ କରିଛନ୍ତି ସେ ସାମ୍ନାକୁ ଆସିବା ଦରକାର।
ଡ୍ରାଇଭରଙ୍କୁ କେବଳ ଦୋଷ ଦେଲେ ହେବ ନାହିଁ।
ତେବେ କ୍ରୀଡ଼ାମନ୍ତ୍ରୀ ଚାରି ଚାରି ଥର ବାରବାଟୀ ଯାଇ ସମୀକ୍ଷା କରିଥିଲେ। ହେଲେ କେଉଁ ପରିସ୍ଥିତିରେ ଫ୍ଲଡ ଲାଇଟ ହଠାତ୍‌ ବନ୍ଦ ହୋଇଗଲା ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି।
ମ୍ୟାଚ ଆରମ୍ଭରୁ ଶେଷ ଯାଏ ଡିଜି ସେଟ ଅନ ରହିବା କଥା ହେଲେ ଲାଇଟ ବନ୍ଦ ହେଲା କେମିତି ବୋଲି ବିଜେଡି ନେତା ଲେନିନ ମହାନ୍ତି ଅଭିଯୋଗ କରିଛନ୍ତି। ଫ୍ଲଡ ଲାଇଟ ବନ୍ଦ ହେବା ପ୍ରଶଙ୍ଗକୁ ନେଇ ଓଡ଼ିଶା ବିଶ୍ବରେ ନିନ୍ଦିତ ହୋଇଛି ବୋଲି ଲେନିନ କହିଛନ୍ତି।
ଅନ୍ୟପକ୍ଷେ ବାରବାଟୀରେ ଫ୍ଲଡ ଲାଇଟ ଲିଭିଯିବା ପ୍ରସଙ୍ଗକୁ ନେଇ କ୍ରୀଡ଼ା ଓ ଯୁବ ବିଭାଗ ପକ୍ଷରୁ ଓସିଏକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। କାହିଁକି ମ୍ୟାଚ ବେଳେ ଲାଇଟ ବନ୍ଦ ହେଲା ତାହାର ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଘଟଣା ପାଇଁ କିଏ ଦାୟୀ ତାକୁ ନେଇ ୧୦ ଦିନରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ହୋଇଛି। ଅନ୍ୟପକ୍ଷେ ଖେଳ ବାଧାପ୍ରାପ୍ତକୁ ନେଇ ଦର୍ଶକଙ୍କୁ ନିରାଶ ହେବାକୁ ପଡିଥିଲା। ଏପରିକି ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଏଭଳି ତ୍ରୁଟିକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri