ଧୋୟାଞ୍ଚଳ ଜଳାର୍ଣ୍ଣବ, ବ୍ୟାପକ ଫସଲହାନି

ପଟ୍ଟାମୁଣ୍ଡାଇ,୨୦।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳ ବାରମ୍ବାର ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଳାର୍ଣ୍ଣବ ହୋଇପଡିଛି। ବ୍ରାହ୍ମଣୀ ନଦୀ ଫୁଲିବା ଯୋଗୁ ଚାଷ ଜମି ବନ୍ୟା ପାଣିରେ ଘେରରେ ରହିଥିବା ବେଳେ ବହୁ ଖାଲୁଆ ସ୍ଥାନରେ ରାସ୍ତାଘାଟ ବୁଡି ଯାତାୟାତ ସମସ୍ୟା ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ବ୍ଲକର ଅଣ୍ଢରା, ଅମୃତମଣୋହୀ, ବଲୁରିଆ, ପେଣ୍ଠପାଳ, ତରଡ଼ିପାଳ, ଅଳପୁଆ, ସିଂହଗଁା ଆଦି ପଞ୍ଚାୟତରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବହୁ ଚାଷ ଜମି ଜଳମଗ୍ନ ହୋଇପଡିଛି। ଫଳରେ ବ୍ୟାପକ ଫସଲହାନି ଘଟିଛି।
ଅଳପୁଆ ପଞ୍ଚାୟତର ଦାମୋଦରପାଟଣା, ତଳାପଡିଆ, ଜେନାସାହି, ଅଣ୍ଢରା ପଞ୍ଚାୟତର ବ୍ରହ୍ମପୁର, ବିଷ୍ଣୁପୁର, ବ୍ରାହ୍ମଣସାହି, ତରଡ଼ିପାଳ ପଞ୍ଚାୟତର ପୋଖରୀକୁଳ, ଗୋପାଳପୁର, ପେଣ୍ଠପାଳ ପଞ୍ଚାୟତର ପେଣ୍ଠପାଳ, ଦାଣ୍ଡିସାହି, କୁଳସାହି, ବାଲିକିରା ଅମୃତମଣୋହି ପଞ୍ଚାୟତର ସିଦ୍ଧବାଲି, ଜଗନ୍ନାଥପୁର, ଶାନ୍ତିପଡା ଆଦି ସ୍ଥାନରେ ବନ୍ୟାଜଳ ପ୍ରବେଶ କରିବା ସହ ଚାଷ ଜମି ଜଳାର୍ଣ୍ଣବ ହୋଇପଡିଛି। ଚାଷୀମାନେ ଧାର କରଜ କରି ଚାଷ କରିଥିଲେ ମଧ୍ୟ ବନ୍ୟା ଯୋଗୁ ଫସଲ ନଷ୍ଟ ଆଶଙ୍କାରେ ଚିନ୍ତାରେ ପଡିଛନ୍ତି। ଗୁହପାଳିତ ପଶୁମାନେ ଖାଦ୍ୟ ନ ପାଇ ହଇରାଣ ହେଉଛନ୍ତି। ବନ୍ୟା ପରିସ୍ଥିତି ସ୍ଥିର ଥିବାବେଳେ ଲଗାଣ ବର୍ଷା ଲାଗି ରହିଥିବାରୁ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି। ବନ୍ୟା ଯୋଗୁ ନଦୀ କୁଳିଆ ଲୋକମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଆବଶ୍ୟକ ଡ଼ଙ୍ଗା ନ ଥିବାରୁ କଦଳୀ ଭେଳା ପାର ହେବା ପାଇଁ ଏକମାତ୍ର ମାଧ୍ୟମ ପାଲଟିଛି। କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କିଶୋର ତରାଇ ପଟ୍ଟାମୁଣ୍ଡାଇ ବ୍ଲକ ଧୋୟାଞ୍ଚଳରେ ଥିବା ସିଂହଗଁା, ଅଣ୍ଢରା, ଅମୃତମଣୋହି, ବଲୁରିଆ, ପେଣ୍ଠପାଳ, ତରଡ଼ିପାଳ, ଅଳପୁଆ ପଞ୍ଚାୟତ ଶୁକ୍ରବାର ବୁଲି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ସେ ଲୋକମାନଙ୍କ ଅଭାବ ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ। ପୂର୍ବତନ ବିଧାୟକ ତରେଇଙ୍କ ସହିତ ପ୍ରାକ୍ତନ ବ୍ଲକ ଉପାଧ୍ୟକ୍ଷ ସୁଶାନ୍ତ ଦାସ, ସାମାଜିକ କର୍ମୀ ମନୋରଞ୍ଜନ ସ୍ବାଇଁ, ପୂର୍ବତନ ସରପଞ୍ଚ ପ୍ରଭାତ ପ୍ରଧାନ, ସୁକାନ୍ତ ଦାସ ପ୍ରମୁଖ ବନ୍ୟା ବିପନ୍ନ ଧୋୟାଞ୍ଚଳ ବୁଲିଥିଲେ। ପୂର୍ବତନ ବିଧାୟକ ତରାଇ ବନ୍ୟା ବିପନ୍ନ ଲୋକମାନଙ୍କୁ ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରଶାସନ ନିକଟରେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?