୬ ଜିଲାରେ ବନ୍ୟା, ୯ରେ ସ୍ଥିତି ଜଟିଳ

ଭୁବନେଶ୍ୱର,୩୦।୭ (ରବିନାରାୟଣ ଜେନା): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ ୫୭ଟି ବ୍ଲକରେ ୫ ଲକ୍ଷ ୨୬ ହଜାର ୮୦୦ ଲୋକ ପ୍ରଭାବିତ ହୋଇଥିବାବେଳେ ଢେଙ୍କାନାଳରେ ୪ ଏବଂ କେନ୍ଦୁଝରରେ ୨ ଜଣଙ୍କ ମୃତ୍ୟୁ ହୋଇଛି। କେନ୍ଦୁଝରରେ ପାଣି ଖାଲି କରୁଥିବାବେଳେ ବିଦ୍ୟୁତ୍‌ ଆଘାତର ଶିକାର ହୋଇ ଅଗ୍ନିଶମ ବାହିନୀର ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ବୈତରଣୀ ରିଙ୍ଗ୍‌ ରୋଡ୍‌ ସ୍ଲୁଇସ୍‌ ଗେଟ୍‌ରେ ସୃଷ୍ଟ ଘାଇରେ ପଡ଼ି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ସେହିପରି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଷୋଳମପୁର ଗ୍ରାମର ମାନସ ରଞ୍ଜନ ମଲ୍ଲିକଙ୍କ ବନ୍ୟାଜଳରେ ବୁଡ଼ି ମୃତ୍ୟୁ ଘଟିଥିବା ଜଣାପଡ଼ଛି। ୫ ଜିଲାର ବହୁ ଗାଁ ଗଣ୍ଡାରେ ପଶିବା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ହଜାର ହଜାର ଲୋକ ଏବେ ବି ପାଣି ଘେରରେ ରହିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅପରାହ୍ନ ସୁଦ୍ଧା ୩୦ହଜାର ଲୋକଙ୍କୁ ଉଦ୍ଧାର କରାଯାଇଥିବାବେଳେ ଏହି ସଂଖ୍ୟା ଅଧିକ ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଉଛି। ତେବେ ବନ୍ୟା ଯୋଗୁ ବାଲେଶ୍ୱର ଜିଲା ବିଶେଷଭାବେ ପ୍ରଭାବିତ ହୋଇଥିବାବେଳେ ଏହାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଯାଜପୁର ଜିଲା ମଙ୍ଗଳପୁର ବ୍ଲକ ଅହିୟାସ ବଜାର ସମ୍ପୂର୍ଣ୍ଣ ଜଳବନ୍ଦୀ ହୋଇଥିବାବେଳେ କାଟିଆ-ବୈଷପାନ ମୁଖ୍ୟ ରାସ୍ତାର ଅହିୟାସ ନିକଟରେ ପ୍ରାୟ ୪ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଛି। ବନ୍ୟାଜଳ ଶତାଧିକ ଦୋକାନ ଭିତରକୁ ପଶିଯିବାରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି। ସେହିପରି ଯାଜପୁର ଜିଲା ବୈତରଣୀର ଶାଖା କାଣୀନଦୀର ଦଶରଥପୁର ବ୍ଲକରେ ତରପଦା ପଞ୍ଚାୟତର ଡୋବାବିଲଠାରେ ୨ଟି ଘାଇ ସୃଷ୍ଟି ହେବା ଯୋଗୁ ସେଠାରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବନ୍ୟା ପ୍ରଭାବିତ ଜିଲା ଏବଂ ଲଗାଣ ବର୍ଷାରେ ଜଟିଳ ସ୍ଥିତିରେ ରହିଥିବା ସମସ୍ତ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ନିକଟରେ ରନ୍ଧାଖାଦ୍ୟ ପହଞ୍ଚାଇବାଠାରୁ ଆରମ୍ଭ କରି ରିଲିଫ ଯୋଗାଣ, ସ୍ଥାନାନ୍ତର, ଉଦ୍ଧାର, ଭଳି ଅନ୍ୟାନ୍ୟ ସହାୟତା ଯୁଦ୍ଧକାଳୀନ ଭିତ୍ତିରେ ପହଞ୍ଚାଇବାପାଇଁ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ମନ୍ତ୍ରୀ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବନ୍ୟା ସମୀକ୍ଷା ବୈଠକର ବିବରଣୀ ଅନୁଯାୟୀ, ରାଜ୍ୟରେ ଲଗାଣ ବର୍ଷା ପ୍ରଭାବରେ ବୁଧବାର ଅପରାହ୍ନ ସୁଦ୍ଧା ୪୪ ବ୍ଲକ୍‌, ୨୪୩ଟି ଗ୍ରାମ ପଞ୍ଚାୟତ ଏବଂ ୭୪୮ଟି ଗ୍ରାମ ବନ୍ୟା ପ୍ରଭାବରେ ରହିଛି। ଏହା ବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲାର କେତେକ ଅଞ୍ଚଳ ମଧ୍ୟ ବର୍ଷା ଯୋଗୁ ପ୍ରଭାବିତ ହୋଇଛି।
ମନ୍ତ୍ରୀଙ୍କ ସୂଚନାନୁସାରେ, ରାଜ୍ୟ ସରକାର ସମଗ୍ର ପରିସ୍ଥିତି ଉପରେ ନିରନ୍ତର ନଜର ରଖି ଆବଶ୍ୟକ ସହାୟତା ଯୋଗାଇ ଦେଉଛନ୍ତି। ସମସ୍ତ ନଦୀବନ୍ଧ, ରିଲିଫ୍‌ କେନ୍ଦ୍ର ଓ ସମ୍ବେଦନଶୀଳ ଅଞ୍ଚଳରେ ପୋଲିସ ପାଟ୍ରୋଲିଂକୁ ବାଧ୍ୟତାମୂଳକ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ରିଲିଫ୍‌ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଛି। ବିପର୍ଯ୍ୟୟ ମୁକାବିଲାକୁ ଆହୁରି ସୁଦୃଢ଼ କରିବା ପାଇଁ ୧୭ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌, ଏସ୍‌ଡିଆର୍‌ଏଏଫ୍‌ ଟିମ୍‌ ଏବଂ ପ୍ରାୟ ୬୦ଟି ଅଗ୍ନିଶମ ସେବା ଟିମ୍‌ ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ମୁତୟନ କରାଯାଇଛି। ବରିଷ୍ଠ ଆଇଏଏସ୍‌ ଅଧିକାରୀମାନଙ୍କୁ ଜିଲାପ୍ରଶାସନ ସହ ସମନ୍ବୟ ରକ୍ଷା କରି କ୍ଷେତ୍ରସ୍ତରରେ ପରିସ୍ଥିତିର ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି। ସେହିପରି ସ୍ଥାନାନ୍ତରିତ ଲୋକଙ୍କୁ ସ୍ବଚ୍ଛ ଓ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଥିବାବେଳେ ଆବଶ୍ୟକ ସ୍ଥଳରେ ଶୁଖିଲା ରାଶନ ସାମଗ୍ରୀବଣ୍ଟନ କରାଯାଉଛି। ଶିଶୁ, ମହିଳା ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମହିଳାମାନଙ୍କ ସୁରକ୍ଷା ପାଇଁ ରିଲିଫ୍‌ କେନ୍ଦ୍ରଗୁଡ଼ିକରେ ମହିଳା ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି। ପ୍ରଭାବିତ ଅଞ୍ଚଳଗୁଡ଼ିକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସେବାକୁ ଆହୁରି ସୁଦୃଢ଼ କରାଯାଇଛି। ମେଡିକାଲ ଟିମ୍‌ ମୁତୟନ କରାଯାଇଥିବାବେଳେ ଆବଶ୍ୟକ ଔଷଧ ମହଜୁଦ ରଖାଯାଇଛି ଏବଂ ସାପ କାମୁଡ଼ାର ଚିକିତ୍ସା ପାଇଁ ଆଣ୍ଟି-ସ୍ନେକ୍‌ ଭେନମ୍‌ ଇଞ୍ଜେକ୍ସନ୍‌ ପ୍ରଭାବିତ ଅଞ୍ଚଳକୁ ପଠାଯାଇଛି।
ଏହି ଅବସରରେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ କହିଛନ୍ତି, ଛତିଶଗଡ଼ର ଉପର ଅବବାହିକା ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ବର୍ତ୍ତମାନ ହୀରାକୁଦ ବନ୍ଧର ଦୁଇଟି ଗେଟ୍‌ ଖୋଲା ରହିଛି ଏବଂ ଜଳଭଣ୍ଡାରର ଜଳସ୍ତର ସୁରକ୍ଷିତ ସୀମା ମଧ୍ୟରେ ରହିଛି। ଜଳ ସମ୍ପଦ ବିଭାଗ ପକ୍ଷରୁ ନିରନ୍ତର ଜଳପ୍ରବାହ ଓ ନଦୀ ଜଳସ୍ତରର ତଦାରଖ କରାଯାଉଛି ଏବଂ ଆବଶ୍ୟକ ପଡ଼ିଲେ ପର୍ଯ୍ୟାୟକ୍ରମେ ଜଳ ନିଷ୍କାସନ କରାଯିବ। ବର୍ତ୍ତମାନ ନଦୀ ପରିସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ରାଉତ କହିଛନ୍ତି।
ସର୍ବଶେଷ ପାଣିପାଗ ପୂର୍ବାନୁମାନ ଅନୁଯାୟୀ ବରଗଡ଼, ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ା ଜିଲାକୁ ସତର୍କ ଦୃଷ୍ଟି ରଖାଯାଇଛି। ସମ୍ଭାବ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଜିଲା ପ୍ରଶାସନକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ସହ ଉଦ୍ଧାରକାରୀ ଦଳ, ଜରୁରୀ ଉପକରଣ ଓ ରିଲିଫ ସାମଗ୍ରୀ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, ସ୍ବତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଉପସ୍ଥିତ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?