ବୈତରଣୀରେ ବନ୍ୟା: କେତେ ଲୋକ ପ୍ରଭାବିତ, କିପରି ଯୋଗା ଯାଉଛି ପ୍ରଶାସନିକ ସହାୟତା ଜାଣନ୍ତୁ

ଭଦ୍ରକ ଅଫିସ,୨୯।୮: ଲଗାଣ ବର୍ଷାରେ ଭଦ୍ରକ ଜିଲାର ୧୧୮ଟି ପଞ୍ଚାୟତର ୧ଲକ୍ଷ ୫୬ ହଜାର ୧୧୩ ଲୋକ ପ୍ରଭାବିତ ହୋଇଥିବା ପ୍ରଶାସନର ପ୍ରାଥମିକ ଆକଳନରୁ ଜଣାପଡ଼ଛି । ସେଗୁଡ଼ିକ ହେଲା ଭଦ୍ରକ ଜିଲାର ଭଦ୍ରକ, ଭଣ୍ଡାରିପୋଖରୀ, ଧାମନଗର, ବାସୁଦେବପୁର, ବନ୍ତ, ଚାନ୍ଦବାଲି, ତିହିଡ଼ି, ଧାମନଗର ଏନ୍‌ଏସି, ଭଦ୍ରକ ପୌରପାଳିକା, ଚାନ୍ଦବାଲି ଏନ୍‌ଏସି ଓ ବାସୁଦେବପୁର ପୌରପାଳିକା। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବୈତରଣୀରେ ସୃଷ୍ଟି ହୋଇଥିବା ବନ୍ୟାରେ ଜିଲାର ୭ଟି ବ୍ଲକ ଓ ୪ଟି ପୌରାଞ୍ଚଳ ପ୍ରଭାବିତ ହୋଇଛି । ୧୨୦ରୁ ଊର୍ଦ୍ଧ୍ୱ ଗ୍ରାମ ବାହ୍ୟ ଅଞ୍ଚଳରୁ ବିଚ୍ଛିନ୍ନ ହୋଇଛି । ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି। ସେମାନଙ୍କୁ ରନ୍ଧା ଖାଦ୍ୟ ଏବଂ ଆବଶ୍ୟକୀୟ ସ୍ଥଳର ରିଲିଫ ଯୋଗାଇ ଦିଆଯାଉଛି। ଉଦ୍ଧାର କାର୍ଯ୍ୟରେ ଧାମନଗର ଓ ଭଣ୍ଡାରିପୋଖରୀ ଅଗ୍ନିଶମ ବିଭାଗ କର୍ମଚାରୀ ନିୟୋଜିତ ରହିଛନ୍ତି।  ଏଥିରେ ୨୩ଟି ବୋଟ୍‌ ବ୍ୟବହାର ହେଉଛି । ଅନ୍ୟପକ୍ଷରେ ବନ୍ୟାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ପଶୁ ସମ୍ପଦର ନିଧନ ହୋଇଛି। ପ୍ରାଥମିକ ଆକଳନରେ ୩୪ହଜାର ୮୭୬ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଥିବା ବେଳେ ବନ୍ୟାରେ ୧୪୫୪ଟି ଘର ଭାଙ୍ଗିଛି । ପ୍ରଶାସନ ପକ୍ଷରୁ ରିଲିଫ ଆକାରରେ ୫୦ କୁଇଣ୍ଟାଲ ଚୁଡ଼ା, ୫୦ କିଲୋ ଗୁଡ, ୫୦ କାର୍ଟୁନ ବିସ୍କୁଟ, ୫୦ କାର୍ଟୁନ ପାଣି ବୋତଲ ପ୍ରଦାନ କରାଯାଇଛି । ୧୦ ଟି ମେଡିକାଲ ଟିମ୍‌ ରହି ପ୍ରଭାବିତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri