ବୈତରଣୀରେ ବନ୍ୟା: କେତେ ଲୋକ ପ୍ରଭାବିତ, କିପରି ଯୋଗା ଯାଉଛି ପ୍ରଶାସନିକ ସହାୟତା ଜାଣନ୍ତୁ

ଭଦ୍ରକ ଅଫିସ,୨୯।୮: ଲଗାଣ ବର୍ଷାରେ ଭଦ୍ରକ ଜିଲାର ୧୧୮ଟି ପଞ୍ଚାୟତର ୧ଲକ୍ଷ ୫୬ ହଜାର ୧୧୩ ଲୋକ ପ୍ରଭାବିତ ହୋଇଥିବା ପ୍ରଶାସନର ପ୍ରାଥମିକ ଆକଳନରୁ ଜଣାପଡ଼ଛି । ସେଗୁଡ଼ିକ ହେଲା ଭଦ୍ରକ ଜିଲାର ଭଦ୍ରକ, ଭଣ୍ଡାରିପୋଖରୀ, ଧାମନଗର, ବାସୁଦେବପୁର, ବନ୍ତ, ଚାନ୍ଦବାଲି, ତିହିଡ଼ି, ଧାମନଗର ଏନ୍‌ଏସି, ଭଦ୍ରକ ପୌରପାଳିକା, ଚାନ୍ଦବାଲି ଏନ୍‌ଏସି ଓ ବାସୁଦେବପୁର ପୌରପାଳିକା। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବୈତରଣୀରେ ସୃଷ୍ଟି ହୋଇଥିବା ବନ୍ୟାରେ ଜିଲାର ୭ଟି ବ୍ଲକ ଓ ୪ଟି ପୌରାଞ୍ଚଳ ପ୍ରଭାବିତ ହୋଇଛି । ୧୨୦ରୁ ଊର୍ଦ୍ଧ୍ୱ ଗ୍ରାମ ବାହ୍ୟ ଅଞ୍ଚଳରୁ ବିଚ୍ଛିନ୍ନ ହୋଇଛି । ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି। ସେମାନଙ୍କୁ ରନ୍ଧା ଖାଦ୍ୟ ଏବଂ ଆବଶ୍ୟକୀୟ ସ୍ଥଳର ରିଲିଫ ଯୋଗାଇ ଦିଆଯାଉଛି। ଉଦ୍ଧାର କାର୍ଯ୍ୟରେ ଧାମନଗର ଓ ଭଣ୍ଡାରିପୋଖରୀ ଅଗ୍ନିଶମ ବିଭାଗ କର୍ମଚାରୀ ନିୟୋଜିତ ରହିଛନ୍ତି।  ଏଥିରେ ୨୩ଟି ବୋଟ୍‌ ବ୍ୟବହାର ହେଉଛି । ଅନ୍ୟପକ୍ଷରେ ବନ୍ୟାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ପଶୁ ସମ୍ପଦର ନିଧନ ହୋଇଛି। ପ୍ରାଥମିକ ଆକଳନରେ ୩୪ହଜାର ୮୭୬ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଥିବା ବେଳେ ବନ୍ୟାରେ ୧୪୫୪ଟି ଘର ଭାଙ୍ଗିଛି । ପ୍ରଶାସନ ପକ୍ଷରୁ ରିଲିଫ ଆକାରରେ ୫୦ କୁଇଣ୍ଟାଲ ଚୁଡ଼ା, ୫୦ କିଲୋ ଗୁଡ, ୫୦ କାର୍ଟୁନ ବିସ୍କୁଟ, ୫୦ କାର୍ଟୁନ ପାଣି ବୋତଲ ପ୍ରଦାନ କରାଯାଇଛି । ୧୦ ଟି ମେଡିକାଲ ଟିମ୍‌ ରହି ପ୍ରଭାବିତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?