Posted inଜାତୀୟ

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। ରବିବାର ଗଙ୍ଗାନଦୀ ଜଳ ପାଟନାରେ ସର୍ବୋଚ୍ଚ ସ୍ତର ଅତିକ୍ରମ କରିଥିବାରୁ କର୍ତ୍ତୃପକ୍ଷ ସତର୍କ ସୂଚନା ଜାରି କରିଛନ୍ତି। ପାଟନା-ଗୟା ସେକ୍ସନ ଅନ୍ତର୍ଗତ ପୁନ୍‌ପୁନ୍‌ ଓ ପର୍ସା ବଜାର ଷ୍ଟେଶନକୁ ସଂଯୋଗ କରୁଥିବା ରେଳଲାଇନ ବ୍ରିଜ୍‌ଠାରେ ବନ୍ୟାଜଳ ବିପଜ୍ଜନକ ସ୍ତରରେ ପ୍ରବାହିତ ହେଉଥିବାରୁ ପୂର୍ବ କେନ୍ଦ୍ରୀୟ ରେଲଓ୍ବେ ପକ୍ଷରୁ ଅନେକ ଟ୍ରେନ୍‌କୁ ବାତିଲ କରାଯିବା ସହ କେତେକ ଅନ୍ୟ ରୁଟ୍‌ରେ ଚଳାଚଳ କରୁଛି।
ବନ୍ୟା ପ୍ରଭାବିତ ଲୋକମାନଙ୍କ ପାଇଁ ବିଭିନ୍ନ ଜିଲାରେ ମୋଟ ୧୯୦ଟି ଗୋଷ୍ଠୀ ରୋଷଶାଳା ଚାଲିଛି। ଜଳାର୍ଣ୍ଣବ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର କରିବା କାର୍ଯ୍ୟରେ ୧,୪୨୯ଟି ଡଙ୍ଗା ନିୟୋଜିତ ହୋଇଛି। ଏଥିସହିତ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (ଏସ୍‌ଡିଆର୍‌ଏଫ୍‌)ର ୨୭ ଟିମ୍‌, ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌)ର ୧୦ ଟିମ୍‌ ବିଭିନ୍ନ ଜିଲାରେ ନିୟୋଜିତ ଅଛନ୍ତି।
ପାଟନାର ଗାନ୍ଧୀ ଘାଟଠାରେ ଗଙ୍ଗାନଦୀରେ ବନ୍ୟାଜଳ ରବିବାର ସକାଳେ ୫୦.୫୭ ମିଟର ଉଚ୍ଚରେ ପ୍ରବାହିତ ହେଉଥିଲା, ଯାହାକି ଗତ ଅଗଷ୍ଟ ୨୧ରେ ହୋଇଥିବା ବନ୍ୟା ସମୟର ଜଳସ୍ତରଠାରୁ ୦.୦୫ ମିଟର ଅଧିକ। ପଣ୍ଡରକଠାରେ ନଦୀ ଜଳସ୍ତର ୪୩.୯୨ ମିଟର ରହିଛି। ସେହିପରି ଡୁମାରିଆ ଘାଟ ଏବଂ ହାଜିପୁରଠାରେ ଗଣ୍ଡକ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାବେଳେ ବାଲତାରା ଓ କୁର୍ସେଲାଠାରେ କୋଶୀନଦୀ ବିପଦ ସଙ୍କେତ ଉପରେ ରହିଛି। ସେହିପରି ଖାଗେରିଆଠାରେ ବୁଢ଼ୀ ଘଟକ ଏବଂ ହାଥିଡାହ, ଭାଗଲପୁର, କହଗାଁଓ, ବକ୍ସର ଏବଂ ମୁଙ୍ଗେରରେ ଗଙ୍ଗାନଦୀ ବିପଦ ସଙ୍କେତ ଟପିଛି। ଶ୍ରୀପାଲପୁରରେ ପୁନ୍‌ପୁନ୍‌ ନଦୀ, ବେନିବାଦଠାରେ ବାଗମତି ନଦୀ ଏବଂ ଦରଉଲିଠାରେ ଘାଘରା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ଜଣାପଡ଼ିଛି। ବିହାର ଓ ଝାଡ଼ଖଣ୍ଡରେ ଗତ ୫ ଦିନ ମଧ୍ୟରେ ୬୯.୧ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ବାଭାବିକଠାରୁ ୫୫ ପ୍ରତିଶତ ଅଧିକ। ବିଭିନ୍ନ ନଦୀରେ ବନ୍ୟା ଆସିଥିବାରୁ ପାଟନା, ଭୋଜପୁର, ଶରଣ, ବୈଶାଳୀ, ଭାଗଲପୁର, ବେଗୁସରାଇ, ବକ୍ସର, ସମସ୍ତିପୁର, ମୁଙ୍ଗେର, କଟିହାର, ଲକ୍ଷ୍ମୀସରାଇ ଏବଂ ଅରଓ୍ବାଲ ଜିଲାରେ ୨୨.୪୨ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା କର୍ତ୍ତୃପକ୍ଷ କହିଛନ୍ତି। ବର୍ଷା ଜାରି ରହିଥିବାରୁ ଆଗାମୀ ୩ ଦିନ ମଧ୍ୟରେ ସ୍ଥିତି ଆହୁରି ସଙ୍ଗିନ ହେବା ଆଶଙ୍କା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ୨ ଟ୍ରେନ୍‌ ବାତିଲ, ୧୪ର ଗତିପଥ ପରିବର୍ତ୍ତନ, ଜାଣି ନିଅନ୍ତୁ କେଉଁ କେଉଁ…

ଭୁବନେଶ୍ୱର,୨୯ା୧୦(ସୁଚିସ୍ମିତା ସାହୁ): ବାତ୍ୟା ଓ ବର୍ଷାଜନିତ ପରିସ୍ଥିତି ଏବଂ ରେଳଧାରଣା ନିକଟରେ ଜଳସ୍ତର ବୃଦ୍ଧି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ବିଶାଖାପାଟଣା ରେଳ ଡିଭିଜନ ଅନ୍ତର୍ଗତ…

କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….

ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍‌ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ…

କାଲି ମିଳିବ ୨୪ତମ ପିଏମ୍‌ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ପିଏମ୍‌ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?