ଉତ୍ତର ଓଡ଼ିଶାରେ ବନ୍ୟା

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ ମୟୂରଭଞ୍ଜ ଜିଲାର ଚଢ଼େଇଭୋଳରେ ୨ ଟ୍ରକ୍‌ ଓ ଗୋଟିଏ କାର୍‌ ଭାସି ଯାଇଛି। ୨ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଅନ୍ୟ ଦୁଇଜଣ ଭାସିଯାଇ ନିଖୋଜ ଥିବା ସୂଚନା ମିଳିଛି।
ଭଦ୍ରକ ଜିଲା ଆଖୁଆପଦାରେ ବୈତରଣୀ ବିପଦ ସଙ୍କେତ ଅତିକ୍ରମ କରିଥିବା ବେଳେ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ପାଣି ପଶି ବିଗ୍ରହ ବୁଡ଼ିଯାଇଛନ୍ତି। ସେହିପରି ବାଲେଶ୍ୱରର ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଓ ସୋନ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବସ୍ତା ଓ ବାଲିଆପାଳ ବ୍ଲକର ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଲୋକେ ଜଳଘେରରେ ରହିଛନ୍ତି। ସମୁଦ୍ର ଅଶାନ୍ତ ରହିଛି। ଫଳରେ ଭୋଗରାଇ ବ୍ଲକ ଅଧୀନ ସମୁଦ୍ରକୂଳିଆ ୧୩ ଗଁ। ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ଲୁଣିପାଣି ମାଡ଼ି ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି।
କେନ୍ଦୁଝର ଜିଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ କୋଲକାତା-ମୁମ୍ବାଇ ୪୯ନଂ. ଜାତୀୟ ରାଜପଥରେ ଯାତାୟାତ ବନ୍ଦ ରହିଛି। ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି। ଜିଲାର ସୋମାକୋଇ, ସୀତା, କାନଝରୀ, ଅରଡ଼େଇ, ମୂଷଳ, କୁଶେଇ, ସୋନା, ମୁର୍ଗା ଓ ରେମାଳ ଆଦି ନଦୀନାଳ ଭରପୂର ହୋଇଯାଇଛି। ଆନନ୍ଦପୁର ବ୍ଲକ ପଣସଡିହା ପଞ୍ଚାୟତ ଜଞ୍ଜାଳି ନାଳରେ ଏକ କାର ଭାସିଯାଇଛି। ଫଳରେ ସେଥିରେ ଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।
ବର୍ଷରେ ମୟୂରଭଞ୍ଜ ଜିଲା ବାରିପଦା ସହର ସମେତ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବଡ଼ ବଡ଼ ଗଛ ଉପୁଡ଼ିବା ସହ କୋଠା ଘର ଭୁଶୁଡି ପଡିଛି ା ବୁଢ଼ାବଳଙ୍ଗ ନଦୀ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଙ୍ଗାହାର ନଦୀ ଫୁଲି ଉଠିଛି। ମାଣତ୍ରୀ-ଭୀମଦା ଚଟାଣ ରାସ୍ତା ପୋଲ ଉପରେ ଯାଉଥିବା ବେଳେ ଜଳ ସ୍ରୋତରେ ସ୍ନେହଲତା ମହାପାତ୍ର ନାମକ ଜଣେ ବୃଦ୍ଧା ଭାସିଯାଇଛନ୍ତି। ବେତନଟୀ-ଉଦଳା,ବଡ଼ସାହି-କୁଆମରା ଓ ବୈଶିଙ୍ଗା-ଉଦଳା ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri