୫୦ ବର୍ଷ ପରେ କାନାଡ଼ାର ନୋଭା ସ୍କୋଟିଆରେ ବନ୍ୟା…

ଟରଣ୍ଟୋ,୨୩।୭ : ପାଞ୍ଚ ଦଶନ୍ଧି ପରେ କାନାଡ଼ାର ନୋଭା ସ୍କୋଟିଆରେ ବନ୍ୟା ଦେଖାଦେଇଛି। ସମଗ୍ର ପ୍ରଦେଶରେ ବିନାଶର ଦୃଶ୍ୟ ଦେଖିବାକୁ ମିଳୁଛି। ବନ୍ୟା ଜଳରେ ଭାସି ଚାରି ଜଣ ନିଖୋଜ ଅଛନ୍ତି

ପାଞ୍ଚ ଦଶନ୍ଧି ମଧ୍ୟରେ ଆଟଲାଣ୍ଟିକ କାନାଡାର ନୋଭା ସ୍କୋଟିଆରେ ସବୁଠାରୁ ଅଧିକ ବର୍ଷା ହୋଇଛି। ଏହି କାରଣରୁ ଏଠାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ଏବଂ ବହୁ କ୍ଷୟକ୍ଷତି ହୋଇଛି। ଦୁଇ ଶିଶୁଙ୍କ ସମେତ ଚାରି ଜଣ ନିଖୋଜ ଥିବା ଅଧିକାରୀମାନେ କହିଛନ୍ତି।

କାନାଡିଆନ ବ୍ରୋଡକାଷ୍ଟିଂ କର୍ପ ପାଣିପାଗ ବିଜ୍ଞାନୀ ରିଆନ ସ୍ନୋଡନ ଅନୁଯାୟୀ, ଚଳିତ ବର୍ଷର ବୃଷ୍ଟିପାତ ୧୯୭୧ ଝଡ଼ର ରେକର୍ଡ ଭାଙ୍ଗିଛି। ବାସ୍ତବରେ, ଶୁକ୍ରବାର ଦିନ ନୋଭା ସ୍କୋଟିଆରେ ଝଡ ହୋଇଥିଲା ଏବଂ ପ୍ରବଳ ବର୍ଷା ଆରମ୍ଭ ହୋଇ ଯାଇଥିଲା।

ଗୋଟିଏ ଦିନରେ ତିନିମାସ ପରିମାଣର ବର୍ଷା ହୋଇଥିଲା। ୨୪ ଘଣ୍ଟା ମଧ୍ୟରେ ଏଠାରେ କେତେକ ଅଞ୍ଚଳରେ ୨୫ ସେମିରୁ ଅଧିକ ବର୍ଷା ହୋଇଥିଲା। ଗୋଟିଏ ଦିନରେ ଏତେ ପ୍ରବଳ ବର୍ଷା ହୋଇଥିଲା ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି କାରଣରୁ ରାସ୍ତା ଧୋଇ ହୋଇଯାଇଥିଲା, ସେତୁ ନଷ୍ଟ ହୋଇଯାଇଥିଲା ଏବଂ କୋଠାଗୁଡ଼ିକ ଜଳମଗ୍ନ ହୋଇଯାଇଥିଲା। ସମଗ୍ର ପ୍ରଦେଶରେ ବିନାଶର ଦୃଶ୍ୟ ରହିଛି ।

ନୋଭା ସ୍କୋଟିଆ ପ୍ରିମିୟର ଟିମ ହ୍ୟୁଷ୍ଟନ କହିଛନ୍ତି ଆମ ସାମ୍ନାରେ ଏକ ଭୟାନକ ପରିସ୍ଥିତି ଅଛି । ଅତିକମରେ ସାତଟି ସେତୁର ପୁନର୍ନିର୍ମାଣ କରିବାକୁ ପଡିବ। ପରିସ୍ଥିତିକୁ ସ୍ବାଭାବିକ କରିବା ପାଇଁ ପ୍ରଦେଶଗୁଡ଼ିକ କେନ୍ଦ୍ର ସରକାରଙ୍କ ସହାୟତା ଲୋଡ଼ିବେ। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ମଧ୍ୟ ବନ୍ୟା ପରିସ୍ଥିତିକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ସମସ୍ତ ସମ୍ଭାବ୍ୟ ସାହାଯ୍ୟ କରିବାକୁ ସେ ପ୍ରତିଶୃତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri