ରୁଷିଆରେ ବନ୍ୟା, ସୁରକ୍ଷିତ ସ୍ଥାନକୁ ଲୋକେ ସ୍ଥାନାନ୍ତର

ମସ୍କୋ,୧୪।୪: ରୁଷିର କୁର୍ଗାନ ଅଞ୍ଚଳରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ପରିସ୍ଥିତି ବିଗିଡିବା ପୂର୍ବରୁ ବନ୍ୟା ପ୍ରଭାବିତ ଅଞ୍ଚଳରୁ ବାହାରକୁ ଆସିବାକୁ ରାଜ୍ୟପାଳ ଲୋକମାନଙ୍କୁ ନିବେଦନ କରିଛନ୍ତି।
ରାଜ୍ୟପାଳ ଭାଡିମ ଶୁମକୋଭ ଟେଲିଗ୍ରାମରେ ଲେଖିଛନ୍ତି ଯେ ଟୋବୋଲ ନଦୀର ଜଳସ୍ତର ୨୫ ସେଣ୍ଟିମିଟର ବୃଦ୍ଧି ପାଇଛି। ଏହା ୧୭.୪୫ ଫୁଟରେ ପହଞ୍ଚିଛି। ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଏବଂ ମୂଲ୍ୟବାନ ସାମଗ୍ରୀ ନେଇ ବିପଦ ଆସିବା ପୂର୍ବରୁ ସୁରକ୍ଷିତ ସ୍ଥାନରେ ପହଞ୍ଚିବାକୁ ସେ ଲୋକଙ୍କୁ ନିବେଦନ କରିଛନ୍ତି।
ଏକ ସମାଚାର ଏଜେନ୍ସି କୁର୍ଗାନର ଉତ୍ତର-ପୂର୍ବରେ ଥିବା ଟ୍ୟୁମେନ ଅଞ୍ଚଳର ସରକାରକୁ ଉଲ୍ଲେଖ କରି କହିଛନ୍ତି ଯେ ସେଠାରେ ଥିବା ଦୁଇଟି ଗାଁକୁ ସ୍ଥାନାନ୍ତର କରାଯାଉଥିଲା କାରଣ ଅଧିକାରୀମାନେ ଭୟ କରୁଥିଲେ ଯେ ଏହି ଅଞ୍ଚଳ ଇଶିମ ନଦୀରୁ ବିପଦପୂର୍ଣ୍ଣ ହୋଇପାରେ।
ରୁଷିଆର ଜରୁରୀକାଳୀନ ମନ୍ତ୍ରଣାଳୟକୁ ଦର୍ଶାଇ କୁହାଯାଇଛି ୧୪,୦୦୦ରୁ ଅଧିକ ଘର ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। କାଜାଖସ୍ତାନରେ ମଧ୍ୟ ପେଟ୍ରୋପାଭ୍ଲୋଭସ୍କ ସହରର ୧୦୦୦ ରୁ ଅଧିକ ଘରେ ବନ୍ୟା ଜଳ ପ୍ରବେଶ କରିଛି। ବର୍ତ୍ତମାନ ସୁଦ୍ଧା ୪୫୦୦ରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri