ବନ୍ୟାରେ ଉବୁଟୁବୁ ଥାଇଲାଣ୍ଡ

ବ୍ୟାଙ୍କକ୍‌, ୨୯ା୯: ଝଡ଼ ଡାଇନାମୁ ଏବଂ ମୌସୁମୀଜନିତ ଲଗାଣ ବର୍ଷା ଯୋଗୁ ଥାଇଲାଣ୍ଡରେ ବନ୍ୟା ଆସିଛି। ଏଥିରେ ଦେଶର ୭୬ ପ୍ରଦେଶ ମଧ୍ୟରୁ କେନ୍ଦ୍ର, ଉତ୍ତର ଏବଂ ଉତ୍ତରପୂର୍ବରେ ଥିବା ପ୍ରାୟ ୩୦ ରାଜ୍ୟ ପ୍ରଭାବିତ ହୋଇଛି। ୭୦ ହଜାରରୁ ଊର୍ଦ୍ଧ୍ୱ ଘର ପାଣି ଘେରରେ ରହିଛି। ପାଣିରେ ଭାସିଯାଇ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ୨ ଜଣ ନିଖୋଜ ଥିବା ବିପର୍ଯ୍ୟୟ ନିରାକରଣ ଏବଂ କ୍ଷୟକ୍ଷତି ପୂରଣ ବିଭାଗ ପକ୍ଷରୁ କୁହାଯାଇଛି। ୭ଟି ରାଜ୍ୟରେ ସ୍ଥିତିରେ ସୁଧାର ଆସୁଥିବାବେଳେ ୨୩ଟିରେ ସ୍ଥିତି ଗମ୍ଭୀର ରହିଛି। ବିଶେଷକରି ଦେଶର କେନ୍ଦ୍ରାଞ୍ଚଳ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ଆଗାମୀ ୩ ଦିନରେ ସମ୍ପୃକ୍ତ ରାଜ୍ୟଗୁଡ଼ିକରେ ବର୍ଷା ଲାଗିରହିପାରେ ବୋଲି ସେଠାକାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣି ଘେରରେ ଥିବା ଲୋକଙ୍କୁ ଆକାଶମାର୍ଗରୁ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଦାନ କରାଯାଉଛି।
ବ୍ୟାଙ୍କକ୍‌କୁ ବନ୍ୟା କବଳରୁ ସୁରକ୍ଷିତ ରଖିବା ପାଇଁ ସେନା ନିୟୋଜିତ ହୋଇଛନ୍ତି। ସହର ମଧ୍ୟକୁ ପାଣି ନ ଆସିବା ପାଇଁ ବ୍ୟାରିୟର ନିର୍ମାଣ କରାଯିବା ସହ ବାଲି ବସ୍ତା ଗଦା କରାଯାଇଛି। ବ୍ୟାଙ୍କକ୍‌ଠାରୁ ଉତ୍ତରରେ ପ୍ରାୟ ୬୦ କି.ମି. ଦୂରରେ ଥିବା ଅୟୁଥାୟାରେ ପ୍ରତ୍ନତାତ୍ତ୍ୱିକ ଅବଶେଷ ଏବଂ ପଡ଼ୋଶୀ ଅଞ୍ଚଳର ସୁରକ୍ଷା ପାଇଁ ମଧ୍ୟ ଉଦ୍ୟମ ଜାରି ରହିଛି। ବ୍ୟାଙ୍କକ୍‌ ଦେଇ ପ୍ରବାହିତ ହେଉଥିବା ଚାଓ ଫରାୟା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଉଦ୍ଧାରକାରୀ ଦଳ ଲୋକଙ୍କୁ ସେମାନଙ୍କ ଛାତ ଉପରୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରୁଛନ୍ତି। ପ୍ରଧାନମନ୍ତ୍ରୀ ପ୍ରୟୁତ ଚାନ୍‌୍‌-ଓଚା ଏବଂ କ୍ୟାବିନେଟ୍‌ ସଦସ୍ୟମାନେ ସ୍ଥିତି ସମୀକ୍ଷା କରିବା ସହ ବନ୍ୟା ପ୍ରଭାବିତଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri