ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ ବୃଦ୍ଧି ପାଇଛି ବୋଲି ସୋମବାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବିପର୍ଯ୍ୟୟ ପ୍ରତିରୋଧ ଏବଂ ପ୍ରଶମନ ବିଭାଗର ସୂଚନା ଅନୁଯାୟୀ, ସମଗ୍ର ଦେଶରେ ୩.୫ ନିୟୁତରୁ ଅଧିକ ଜନସାଧାରଣ ପ୍ରଭାବିତ ହୋଇ ରହିଛନ୍ତି।

ସପ୍ତାହାନ୍ତରୁ ସୋମବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା କାରଣରୁ ବ୍ୟାଙ୍କକ ଜଳମଗ୍ନ ହୋଇପଡ଼ିଥିଲା। ଫଳରେ ରାସ୍ତାଘାଟ ଏବଂ ଆଖପାଖ ଅଞ୍ଚଳ ପାଣିରେ ବୁଡ଼ି ରହିଥିଲା।

କିଛି ନିମ୍ନାଞ୍ଚଳରେ ବନ୍ୟାଜଳ ଏପର୍ଯ୍ୟନ୍ତ ରହିଥିଲେ ମଧ୍ୟ ସହରର ସ୍ଥିତିରେ ବହୁ ପରିମାଣରେ ଉନ୍ନତି ଆସିଛି। କ୍ରମାଗତ ପ୍ରବଳ ବର୍ଷା ଯୋଗୁ ବ୍ୟାପକ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ପରେ ବ୍ୟାଙ୍କକକୁ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ଭାବରେ ଘୋଷଣା କରାଯାଇଥିଲା।

ଥାଇଲାଣ୍ଡର ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି ଯେ, ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଥାଇଲାଣ୍ଡର ଉପର ଭାଗର ଅଧିକାଂଶ ଅଞ୍ଚଳରେ କାଳବୈଶାଖୀ, ପ୍ରବଳ ପବନ ଏବଂ ବର୍ଷା ହେବାର ସମ୍ଭାବନା ରହିଛି, ଯାହାକି ବିଶେଷକରି ନିମ୍ନଞ୍ଚଳଗୁଡ଼ିକରେ ହଠାତ ବନ୍ୟା ଆସିବାର ଆଶଙ୍କାକୁ ବୃଦ୍ଧି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?