ଗଙ୍ଗାହାର ନଦୀରେ ବନ୍ୟା

କୁଆମରା, ୧୫।୯(ଡି.ଏନ.ଏ.)-କ୍ରମାଗତ ତିନି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଭିନ୍ନ ନଦୀର ବନ୍ୟାଜଳ ବୃଦ୍ଧି ପାଉଥିବାରୁ ନଦୀକୂଳିଆ ଲୋକଙ୍କ ଚିନ୍ତା ବଢିଯାଇଛି। ତେବେ ତିନି ଦିନରେ ମୋଟ ୧୧୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତୁହାକୁ ତୁହା ବର୍ଷା ଲାଗି ରହିବାରୁ ମଙ୍ଗଳବାର ସକାଳେ ଗଙ୍ଗାହାର ନଦୀରେ ବନ୍ୟାଜଳ ଦେଖାଦେଇଛି। ଫଳରେ ଖଡିକାପଦା କଲଭର୍ଟ ଉପରେ ୨ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେବା ଯୋଗୁ କୁଆମରା-ବଡସାହି ରାସ୍ତା ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ନଦୀକୂଳରେ ଥିବା ଚାଷ ଜମିଗୁଡିକ ଜଳମଗ୍ନ ହୋଇଛି। ଅପରାହ୍ନ ସୁଦ୍ଧା ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ଦୋମୁହାଣି ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ନାଲୁହା ନଦୀରେ ମଧ୍ୟାହ୍ନ ସୁଦ୍ଧା ବନ୍ୟାଜଳ ଦୁଇ କୂଳ ଲଂଘୁଥୁବା ବେଳେ କୁଆମରା ପଞ୍ଚାୟତର କସିବଣୀ ଓ ପଶୁଦା ପଞ୍ଚାୟତ ଭୋଳପଦା ଗ୍ରାମର ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ସେହିପରି ସୋନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଦୀ ଫୁଲୁଥିବା ଦେଖିବାକୁ ମିଳୁଛି। ନଦୀର ବନ୍ୟା ଜଳ ଚାଷ ଜମି ଉପରେ ମାଡିଯାଉଛି। ସେହିପରି ଦେଓ ନଦୀର ଜଳପତ୍ତନ ବୃଦ୍ଧି ଯୋଗୁ କଇଁସାରୀ ନିକଟସ୍ଥ ଜାମଘାଟ ପୋଲ ଉପରେ ୩ଫୁଟ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି। ଟଙ୍ଗଣା ନଦୀ କଲଭର୍ଟ ଉପରେ ୪ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଉଦଳା, ଗୋପବନ୍ଧୁନଗର, ଜୟପୁର ତଥା ବରହମପୁର ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri