ଇଣ୍ଡୋନେସିଆରେ ପ୍ରଳୟଙ୍କରୀ ବନ୍ୟା: ୧୯ ମୃତ

ଜାକର୍ତ୍ତା, ୧୦।୩: ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ପ୍ରଦେଶର ପେସିସିର ସେଲାତନ୍‌ ରେଜେନ୍ସିଠାରେ ଗତ କିଛି ଦିନ ଧରି ଲଗାତର ବର୍ଷା କାରଣରୁ ବନ୍ୟା ଓ ଭୂସ୍ଖଳନ ପରି ପ୍ରାକୃତିକ ବିପର୍ଯ୍ୟୟ ଘଟି ରବିବାର ସୁଦ୍ଧା ୧୯ ଜଣବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏବେ ମଧ୍ୟ ୭ ଜଣ ବ୍ୟକ୍ତି ନିଖୋଜ ଥିବା ସ୍ଥାନୀୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ବିପର୍ଯ୍ୟୟ ପରିଚାଳନା ଏଜେନ୍ସି ପକ୍ଷରୁ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବାକୁ ସର୍ଚ୍ଚ ଅପରେଶନ ଜାରି ରହିଛି। ସେହିପରି ଉଦ୍ଧାରକାରୀ ଦଳ ଦ୍ୱାରା ଅନେକ ଲୋକଙ୍କୁ ସୁରକ୍ଷିତ ଭବେ ଉଦ୍ଧାର କରାଯିବା ସହ ଆହତ ବ୍ୟକ୍ତିଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ବନ୍ୟା ଯୋଗୁ ସ୍ଥାନୀୟ ଅଞ୍ଚଳର ୨୦ ହଜାରରୁ ଅଧିକ ଗୃହ ଜଳବନ୍ଦୀରେ ପରିଣତ ହୋଇଥିବା ବେଳେ ପ୍ରାୟ ୮୦ ହଜାର ଲୋକଙ୍କୁ ଅସ୍ଥାୟୀ ଆଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ସେହିପରି ଭୂସ୍ଖଳନ ଯୋଗୁ ୧୪ଟି ଘର ପୋତି ହୋଇଯାଇଥିବାବେଳେ ୮ଟି ବ୍ରିଜ୍‌ ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଡବଲ୍‌ ବିଜୟ! EU ପରେ ଆମେରିକା ସହ…

ନୂଆଦିଲ୍ଲୀ,୨୯।୧: ଭାରତ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନାରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି ଏବଂ ଖୁବ ଶୀଘ୍ର ଏକ ଚୁକ୍ତି ହୋଇପାରେ। ଭାରତ-ୟୁରୋପୀୟ ସଂଘ (EU)…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ…

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

୨୦୨୬ରେ ଅପ୍ରତ୍ୟାଶିତ ଧନ ପାଇବେ ୪ ରାଶି! ହେବେ କୋଟିପତି, ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ନୂଆ ବର୍ଷ ଆରମ୍ଭ ହେବା ପରେ ବୁଲଗେରିଆନ୍ ଭବିଷ୍ୟଜ୍ଞ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଭାଇରାଲ ହେଉଛି। ୨୦୨୫ ବର୍ଷ ପାଇଁ ସେ କରିଥିବା ଅନେକ ଭବିଷ୍ୟବାଣୀ ସତ୍ୟ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri