ଦକ୍ଷିଣ ଓଡ଼ିଶାରେ ବନ୍ୟା ସମ୍ଭାବନା

ଭୁବନେଶ୍ୱର,୬ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଚାଷୀମାନେ ଆଶ୍ୱସ୍ତ ହୋଇଛନ୍ତି। ଲଗାଣ ବର୍ଷା ଯୋଗୁ ରାଜ୍ୟରେ ମରୁଡ଼ି ଆଶଙ୍କା ମଧ୍ୟ କେତେକାଂଶରେ ଟଳିଯାଇଛି। ରାଜ୍ୟରେ ବିଭିନ୍ନ ଭାଗରେ ବୁଧବାର ରୁଆ ବେଉଷଣ କାର୍ଯ୍ୟ ଆରମ୍ଭ ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ
ସମ୍ବଲପୁର ଜିଲାର ଝୁମ୍ପୁରାରେ ୨୯୦ ମିଲିମିଟର ବର୍ଷା ହୋଇଥିବା ବେଳେ ବୌଦ୍ଧ ଜିଲା ଖଇରମାଳରେ ୧୮୦, ସୋନପୁର ୧୭୦, କଟକ ୧୭୦, ପୁରୀ ଜିଲାର ଗୋପରେ ୧୫୦, ଭୁବନେଶ୍ୱରରେ ୧୫୦, କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇରେ ୧୪୦, କେନ୍ଦୁଝର ଜିଲା ତେଲକୋଇ ୧୪୦, ବାଙ୍କୀରେ ୧୩୦, ସମ୍ବଲପୁରର ରେଢାଖୋଲରେ ୧୩୦, ଢେଙ୍କାନାଳ ଭୁବନରେ ୧୩୦, ଭଦ୍ରକ ତିହିଡିରେ ୧୩୦, ସୁନ୍ଦରଗଡ଼ରେ ୯୦, କୋରାପୁଟରେ ୭୦, ଝାରସୁଗୁଡ଼ା ଲଖନପୁରରେ ୭୦, ପାରାଦୀପରେ ୭୦, ଅନୁଗୋଳ ପାଲଲହଡ଼ାରେ ୭୦, କୋରାପୁଟ ଜୟପୁରରେ ୭୦, ସମ୍ବଲପୁରର କୁଚିଣ୍ଡାରେ ୭୦, ଜଗତ୍‌ସିଂହପୁର ବାଲିକୁଦାରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏଥିସହିତ ରାଜ୍ୟର ଅନ୍ୟାନ୍ୟ ଭାଗରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅଗଷ୍ଟ ୪ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ଓ୍ବେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହୋଇ ଛତିଶଡ଼ ଉପରକୁ ଚାଲିଯାଇଛି। ତେବେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ ଅନୁଗୋଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦୁଝର ଏବଂ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି।
ତେବେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭବାରେ ୯ ଓ ୧୦ ତାରିଖ ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିବ। ତେବେ ଏହାର ପ୍ରଭାବରେ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ବଂଶଧାରା, ଋଷିକୁଲ୍ୟା ଏବଂ ହାତୀନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି। ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନେ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri