ବନ୍ୟା ଯୋଗୁ ହାହାକାର: ୧୨ ଲକ୍ଷରୁ ଅଧିକ ଗର୍ଭବତୀ ସଙ୍କଟରେ…

ଇସଲାମାବାଦ, ୧୦।୯ : ପାକିସ୍ତାନରେ ବନ୍ୟା ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ପୂର୍ବରୁ ଅଥନୈତିକ ସଙ୍କଟ ଦେଶକୁ ଘେରି ରହିଥିଲା। ଏପରିସ୍ଥଳେ ବନ୍ୟା ପରିସ୍ଥିତି ବୃଦ୍ଧି ପାଇଛି। ଦେଶର ଏକ ତୃତୀୟାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଜଳବନ୍ଦୀ ଲୋକେ ଜୀବନ ବଞ୍ଚାଇବା ପାଇଁ ସଂଗ୍ରାମ କରୁଛନ୍ତି ।

ବିଶ୍ୱସ୍ବାସ୍ଥ୍ୟ ସଂଗଠନର ଏକ ରିପୋର୍ଟ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନରେ ବନ୍ୟା ସମୟରେ ଜନ୍ମ ହୋଇଥିବା ପିଲାମାନଙ୍କର ଜୀବନ ବିପଦ ରହିଥିବା ଉଲ୍ଲେଖ କରାଯାଇଛି। ବନ୍ୟା ଅଞ୍ଚଳରେ ଥିବା ରିଲିଫ କ୍ୟାମ୍ପରେ ବହୁ ସଂଖ୍ୟକ ଲୋକଙ୍କୁ ରଖାଯାଇଛି, କିନ୍ତୁ ପର୍ଯ୍ୟାପ୍ତ ଚିକିତ୍ସା ସୁବିଧାର ଅଭାବ ରହିଛି। ପାକିସ୍ତାନର ସିନ୍ଧ ପ୍ରଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି।

ପାକିସ୍ତାନରେ ୩୩ ମିଲିୟନରୁ ଅଧିକ ଲୋକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ୧୨ ଲକ୍ଷରୁ ଅଧିକ ଗର୍ଭବତୀ ମହିଳା, ଅସ୍ଥାୟୀ ଶିବିରରେ ରହୁଛନ୍ତି। ପାକିସ୍ତାନରେ ଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ପ୍ରତିନିଧୀ ଡ. ପଲିତା ଗୁନାରତ୍ନା ମହିପାଲ କହିଛନ୍ତି ବନ୍ୟା ଯୋଗୁଁ ୧୦ ପ୍ରତିଶତ ସ୍ବାସ୍ଥ୍ୟ ସେବା ପ୍ରତିଷ୍ଠାନ ନଷ୍ଟ ହୋଇଯାଇଛି।

ସୂଚନାନୁସାରେ, ଆସନ୍ତା ମାସ ସୁଦ୍ଧା ପାକିସ୍ତାନର ପ୍ରାୟ ୭୦ ହଜାର ମହିଳାଙ୍କୁ ବିନା ଚିକିତ୍ସା ସହାୟତାରେ ସନ୍ତାନ ପ୍ରସବ କରିବାକୁ ପଡ଼ିବ। ଏହି ମହିଳାମାନେ ଅସ୍ଥାୟୀ ଶିବିରରେ ଅଛନ୍ତି ଏବଂ ଆବଶ୍ୟକ ସ୍ବାସ୍ଥ୍ୟ ସହାୟତା ସେମାନଙ୍କ ନିକଟରେ ପହଞ୍ଚିବା ବହୁତ କଷ୍ଟକର। ଏହି ଶିବିରଗୁଡିକରେ ସାପ, ମଶା ଠାରୁ ଆରମ୍ଭ କରି ଅନେକ ପ୍ରକାର ବିପଦ ରହିଛି।

ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ କହିଛି ଯେ ବନ୍ୟା ଯୋଗୁଁ ମୃତ୍ୟୁ ସଂଖ୍ୟା ୧,୩୯୬ ରେ ପହଞ୍ଚିଛି। ସେହିପରି ଆହତଙ୍କ ସଂଖ୍ୟା ୧୨,୭୦୦ରୁ ଅଧିକ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri