ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ କରିଛି। ବାରୋରେ ଗୋପାଳିଆ କେନାଲ ବନ୍ଧ ଟପି ବନ୍ୟା ପାଣି ସୁଅ ଚୁଟିବାରେ ଲାଗିଛି। ସାଳନ୍ଦୀ ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ ପଦ୍ମପ୍ରିୟ ସାମଲ ବୁଧବାର ଘଟଣାସ୍ଥଳକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିବା ପାରେ ବାଲି ବସ୍ତା ପକାଇ ପାଣି ରୋକାଯିବ ବୋଲି କହିଛନ୍ତି। ବାରୋ ସମେତ ବିଲଣା, ତଳଗୋପବିନ୍ଧା, ବୋଡ଼କ ପଞ୍ଚାୟତର ଅଧିକାଂଶ ଗ୍ରାମ ପାଣି ଘେରରେ ରହିଥିବା ଜଣାଯାଇଛି। ଏହାଛଡ଼ା ଅନ୍ୟ ୩ ପଞ୍ଚାୟତରେ ମଧ୍ୟ ଲୋକମାନେ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ବାରୋ ପଞ୍ଚାୟତର ତଳିଆ ଅଞ୍ଚଳରୁ ବିପନ୍ନମାନଙ୍କୁ ବାରୋ ହାଇସ୍କୁଲ ସମେତ ନିକଟସ୍ଥ ବିଭିନ୍ନ ପ୍ରାଥମିକ ସ୍କୁଲକୁ ସ୍ଥାନାନ୍ତରିତ କରାଯାଇଛି। ପଞ୍ଚାୟତର ବଳିଆରପୁର, ଖାଲସା ସାହି, ଶାସନଖାସ, କଲ୍ୟାଣ ନଗର ଇତ୍ୟାଦି ଗ୍ରାମରେ ଏବଂ ବିଲଣା, ବୋଡ଼କ ଓ ତଳଗୋପବିନ୍ଧା ପଞ୍ଚାୟତର ବହୁ ଗ୍ରାମରେ ବନ୍ୟା ପାଣି ପ୍ରବେଶ କରିଛି। ଗ୍ରାମ ରାସ୍ତା ସବୁ ବୁଡ଼ି ଯାଇଥିବାରୁ ଯୋଗାଯୋଗ ବିଛିନ୍ନ ହୋଇଛ। ଚାଷ ଜମି ଜଳମଗ୍ନ ହୋଇ ରହିଥିବାରୁ ସେହିସବୁ ପଞ୍ଚାୟତରେ ଧାନ ଫସଲ ଉଜୁଡ଼ି ଯିବାର ଆଶଙ୍କା ଉପୁଜିଛି।

ତହସିଲଦାର ସୁବାଶିଷ ସାହୁ, ବିଡିଓ ନିରଞ୍ଜନ ବାରିକ ବୁଧବାର ବନ୍ୟାଞ୍ଚଳ ଯାଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମଙ୍ଗଳବାରଠାରୁ ବିପନ୍ନମାନଙ୍କ ପାଇଁ ରନ୍ଧାଖାଦ୍ୟ ବ୍ୟବସ୍ଥା କରାଯାଇଛି। ତେବେ ବନ୍ୟାପାଣି ବଢ଼ିବାରେ ଲାଗିଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହିଥିବା ଜଣାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?