ବୁଢ଼ାପଡ଼ା ସୋମନାଥ ମନ୍ଦିରରେ ପାଣି

ଜଟଣୀ,୧୮।୮(ଡି.ଏନ୍‌.ଏ.): ଜଟଣୀ ବ୍ଲକ ଅଧୀନ ରଥିପୁର ପଞ୍ଚାୟତ ଅଧୀନ ବୁଢାପଡା ଗ୍ରାମରେ ଥିବା ଶୈବପୀଠ ବଡ଼ ସୋମନାଥଙ୍କ ମନ୍ଦିରରେ ବନ୍ୟା ପାଣି ପଶିଯାଇଛି। ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ବନ୍ଧର କିଛି ଗେଟ ଖୋଲାଯାଇଛି। ଫଳରେ ବିଭିନ୍ନ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଖୋର୍ଦ୍ଧା ଜିଲାର ଜଟଣୀ ବ୍ଲକ ଅଧୀନ ତିରିମଲ ପଞ୍ଚାୟତରେ ଥିବା ଦୟା ନଦୀର ଶାଖା ନଦୀ ରାଜୁଆ ନଦୀରେ ଗତ ମଙ୍ଗଳବାର ରାତିରେ ବନ୍ୟା ଜଳ ପ୍ରଖର ବେଗରେ ପ୍ରବାହିତ ହେବା ଫଳରେ ୧୦୦ଫୁଟର ଘାଇ ସୃଷ୍ଟି ହୋଇଥିଲା। ବୁଧବାର ଉକ୍ତ ଘାଇ ବଢ଼ି ଯାଇଥିବାରୁ ପାଖଆଖ ଗ୍ରାମର ଲୋକ ଆତଙ୍କିତ ହୋଇ ରହିଛନ୍ତି। ଜିଲା ପ୍ରଶାସନ ଏବଂ ସ୍ଥାନୀୟ ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବା ସହିତ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିଛନ୍ତି। ଏଭଳି ସ୍ଥିତିରେ ଉକ୍ତ କନ୍ତିଆ ପଞ୍ଚାୟତର ବୁଢାପଡାର ପ୍ରସିଦ୍ଧ ଶୈବ ପୀଠରେ ବନ୍ୟା ଜଳ ରୋଷ ଘର, ମନ୍ଦିର ଗର୍ଭ ଗୃହ, ବେଢା, ଗୁହାରିଆ ଗୁମ୍ଫା ସହିତ ସମଗ୍ର ମନ୍ଦିର ପରିସରରେ ୫ଫୁଟ ଉଚ୍ଚାର ବନ୍ୟା ଜଳ ଭର୍ତ୍ତି ହୋଇ ରହିଛି। ବୁଧବାର ସିଂହ ସଂକ୍ରାନ୍ତି ପଡିଥିବାରୁ ବିଭିନ୍ନ ଜିଲାରୁ ଆସିଥିବା ଶ୍ରଦ୍ଧାଳୁ ଠିକ୍‌ ଭାବେ ପୂଜାର୍ଚ୍ଚନା କରି ନ ପାରି ମନ୍ଦିର ବାହାରୁ ଦର୍ଶନ କରି ଫେରି ଥିବା ମନ୍ଦିର ପୂଜକ ହିମାଂଶୁ ଶେଖର ପଣ୍ଡା କହିଛନ୍ତି। ପିପିଲି ଅଞ୍ଚଳ ଖୁରୁକି ମୁଣ୍ଡିଆ ନିକଟରେ ଥିବା ଦୟା ନଦୀର କେତକୀ ବନ୍ଧରୁ ଘାଇ ହୋଇ ବନ୍ୟା ଜଳ ଆସିବାରୁ ଦୀର୍ଘ ୧୦ବର୍ଷ ପରେ ପୁଣି ମନ୍ଦିର ଜଳାର୍ଣ୍ଣବ ହୋଇଛି ବୋଲି ମନ୍ଦିର ପୂଜକ ସନ୍ତୋଷ କୁମାର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri