ମାଡ଼ିଲା ବନ୍ୟାଜଳ: ଆରଡ଼ି-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

ଧୂଷୁରୀ,୨୭ା୭(ଦୀପ୍ତିରଞ୍ଜନ ନାୟକ): ବୈତରଣୀରେ ବଡ଼ ବନ୍ୟା ଆସିଛି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଓଳଗ, ସୁନ୍ଦରପୁର, ନାନ୍ଦପୁର ଓ ଆରଡ଼ି ଆଦି ୪ ପଞ୍ଚାୟତର ୨୩ଟି ଗାଁ ବନ୍ୟା ଦ୍ବାରା ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ବୋଡ଼କ ନିକଟରେ ୨୦ ନଂ ଜାତୀୟ ରାଜପଥ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ଫଳରେ ଆରଡିରୁ ଯାଜପୁର ଗମନାଗମନରେ ବାଧା ଉପୁଜିଛି।

ରବିବାର ଅପରାହ୍ନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଛି। ସୋମବାରରେ କାଉଡ଼ିଆମାନେ ଏହି ରାସ୍ତା ଦେଇ ଆଖଣ୍ଡଳମଣି ପୀଠକୁ ଯାଉଛନ୍ତି। ସେମାନଙ୍କ ସୁରକ୍ଷା ନେଇ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ବନ୍ୟାଜଳ ପ୍ରବାହିତ ସ୍ଥାନରେ ଓଡ୍ରାଫ୍‌ ଟିମ୍‌ ସଜାଗ ରହିଛି। ଧୂଷୁରୀ ଥାନାଧିକାରୀ ଅଜୟ ସୁଦର୍ଶନ ବାଗେ ସେହି ସ୍ଥାନକୁ ଯାଇ ପରିସ୍ଥିତି ଉପରେ ଧ୍ୟାନ ରଖିଛନ୍ତ। ପୋଲିସ ଫୋର୍ସ ମଧ୍ୟ ସେଠାରେ ସଜାଗ ଅଛନ୍ତି। ଚାନ୍ଦବାଲି ତହସିଲଦାର ଭବତୋଷ ମଲ୍ଲିକ ବୋଡ଼କ ନିକଟରେ ପହଞ୍ଚି ବନ୍ୟା ପ୍ରଭାବିତ ଲୋକଙ୍କୁ ଶୁଖିଲା ଖାଦ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?