ବାହୁଦା ନଦୀରେ ବନ୍ୟାଜଳ: ବିପଦ ଘେରରେ ୮ ଗାଁ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାହୁଦା ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଛି। ଏ ନେଇ ଦିଗପହଣ୍ଡି ବ୍ଲକ ଅଧୀନ ଚୌଧୁରୀ ଟିକରପଡ଼ା, ବଜ୍ରଗୁମ୍ମା, ଢେପାପେଣ୍ଠ, ସମାସୀଙ୍ଗି ଶାସନ, ଧାନ୍ୟରାଶି, ପତ୍ରଚୁଡି ସମେତ ଚିକିଟି ବ୍ଳକର ନୂଆପଡ଼ା, ପୁହୁଣ୍ଡି ପ୍ରଭୃତି ଗ୍ରାମ ବିପଦ ଘେରରେ ରହିଥିବା ଜଣାପଡିଛି। ମଙ୍ଗଳବାର ସକାଳେ ବଜ୍ରଗୁମ୍ମା ଗାଁର ଦଳିତସାହି ନିକଟରେ ନଦୀଜଳ ଅତଡ଼ା ଖାଇବାରୁ ଲୋକେ ଭୟଭୀତ ଅବସ୍ଥାରେ ଥିବା ଖବର ମିଳିଛି। ବାଲି ମାଫିଆମାନେ ପୂର୍ବରୁ ଗାଁ ନିକଟ ନଦୀଶଯ୍ୟାକୁ ଗଭୀର ଖନନ କରିଥିବାରୁ ଏଭଳି ସମସ୍ୟା ଉପୁଜିଛି। ପାତ୍ରପୁର ବାଘଲଟି ଡ୍ୟାମରେ ଜଳସ୍ତର ବିପଦ ସଙ୍କେତ ଛୁଇଁ ଥିବାରୁ ଯେ କୌଣସି ମୁହୂର୍ତ୍ତରେ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସିତ କରାଯିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବାରୁ ନଈକୂଳିଆ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି। ଆବଶ୍ୟକ ହେଲେ ନଈକୂଳିଆ ଗ୍ରାମବାସୀ ମାନଙ୍କୁ ଅନ୍ୟ ଅଞ୍ଚଳକୁ ସ୍ଥାନାନ୍ତର କରାଯିବ ବୋଲି ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ ଏବଂ ଚିକିଟି ତହସିଲଦାର ହରପ୍ରସାଦ ଭୋଇ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri