ବାହୁଦା ନଦୀରେ ବନ୍ୟାଜଳ: ବିପଦ ଘେରରେ ୮ ଗାଁ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାହୁଦା ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଛି। ଏ ନେଇ ଦିଗପହଣ୍ଡି ବ୍ଲକ ଅଧୀନ ଚୌଧୁରୀ ଟିକରପଡ଼ା, ବଜ୍ରଗୁମ୍ମା, ଢେପାପେଣ୍ଠ, ସମାସୀଙ୍ଗି ଶାସନ, ଧାନ୍ୟରାଶି, ପତ୍ରଚୁଡି ସମେତ ଚିକିଟି ବ୍ଳକର ନୂଆପଡ଼ା, ପୁହୁଣ୍ଡି ପ୍ରଭୃତି ଗ୍ରାମ ବିପଦ ଘେରରେ ରହିଥିବା ଜଣାପଡିଛି। ମଙ୍ଗଳବାର ସକାଳେ ବଜ୍ରଗୁମ୍ମା ଗାଁର ଦଳିତସାହି ନିକଟରେ ନଦୀଜଳ ଅତଡ଼ା ଖାଇବାରୁ ଲୋକେ ଭୟଭୀତ ଅବସ୍ଥାରେ ଥିବା ଖବର ମିଳିଛି। ବାଲି ମାଫିଆମାନେ ପୂର୍ବରୁ ଗାଁ ନିକଟ ନଦୀଶଯ୍ୟାକୁ ଗଭୀର ଖନନ କରିଥିବାରୁ ଏଭଳି ସମସ୍ୟା ଉପୁଜିଛି। ପାତ୍ରପୁର ବାଘଲଟି ଡ୍ୟାମରେ ଜଳସ୍ତର ବିପଦ ସଙ୍କେତ ଛୁଇଁ ଥିବାରୁ ଯେ କୌଣସି ମୁହୂର୍ତ୍ତରେ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସିତ କରାଯିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବାରୁ ନଈକୂଳିଆ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି। ଆବଶ୍ୟକ ହେଲେ ନଈକୂଳିଆ ଗ୍ରାମବାସୀ ମାନଙ୍କୁ ଅନ୍ୟ ଅଞ୍ଚଳକୁ ସ୍ଥାନାନ୍ତର କରାଯିବ ବୋଲି ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ ଏବଂ ଚିକିଟି ତହସିଲଦାର ହରପ୍ରସାଦ ଭୋଇ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri