୩ ଫୁଟ୍‌ ଉପରେ ବନ୍ୟାଜଳ ପ୍ରବାହିତ: ୫ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ, ଆତଙ୍କିତ ଅବସ୍ଥାରେ ଅଞ୍ଚଳବାସୀ

ବଣାଇ, ୨।୯ (ପ୍ରଦୀପ ତ୍ରିପାଠୀ): ଗତକାଲି ରାତିରୁ ବଣାଇ ଅଞ୍ଚଳରେ ଲଗାଣ ବର୍ଷାର ପ୍ରଭାବରେ ଅସ୍ତବ୍ୟସ୍ତ ହୋଇପଡିଛି ସାଧାରଣ ଜୀବନଯାତ୍ରା। ଲଗାଣ ବର୍ଷା ଯୋଗୁ ସରସରା ପଟଙ୍ଗା ନାଳରେ ବନ୍ୟାଜଳ ପ୍ରବାହିତ ହେବା ଫଳରେ ସରସରାରୁ ବଲାଙ୍ଗ ସମେତ ଉଲୁଣ୍ଡାପୋଷ, ଭାଲୁପାଣି, ତାଳଡିହି, ବରଘାଟ, ଜାମଜୋର ଗ୍ରାମ ବିଚ୍ଛିନ୍ନ ହୋଇଯାଇଛି। ନାଳ ଉପରେ ଥିବା ସ୍ବଳ୍ପ ଉଚ୍ଚ ବ୍ରିଜ ଉପରେ ପ୍ରାୟ ତିନି ଫୁଟ ଉଚ୍ଚତାରେ ବନ୍ୟାଜଳ ପ୍ରବାହିତ ହେଉଛି । ବଲାଙ୍ଗ ସଂଲଗ୍ନ ପାଞ୍ଚଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଏହି ରାସ୍ତା ଉଲୁଣ୍ଡାପୋଷ ଗ୍ରାମକୁ ମଧ୍ୟ ରହିଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ବନ୍ୟାଜଳ ପାଇଁ ଅଟକି ରହିଛନ୍ତି ସ୍କୁଲ ପିଲା । ସମ୍ପୃକ୍ତ ନାଳରେ ପ୍ରବଳ ବର୍ଷା ବେଳେ ଜଙ୍ଗଲରୁ ବୋହି ଆସୁଥିବା ପାଣି ବନ୍ୟାର ରୂପ ନିଏ ଓ ବର୍ଷା କମିଲେ ସ୍ବାଭାବିକ ପରିସ୍ଥିତି ଫେରିଆସେ। ତେବେ ଆଗକୁ ପାଣିପାଗ ବିଭାଗର ସତର୍କ ସୂଚନା ଯୋଗୁ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri