Posted inଜାତୀୟ

ଫ୍ଲୋର ଟେଷ୍ଟକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ

ମୁମ୍ବାଇ,୨୮ ।୬: ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏକନାଥ ସିନ୍ଧେ ଗ୍ରୁପଙ୍କୁ ମିଳିଥିବା ଆଶ୍ୱସ୍ତି ପରେ ଏବେ ଫ୍ଲୋର ଟେଷ୍ଟକୁ ନେଇ ମହାରାଷ୍ଟ୍ର ରାଜନୀତି ହୋଇଛି ସରଗରମ । ମିଳିଥିବା ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ଉଦ୍ଧବ ଠାକରେ ସରକାରଙ୍କ୍ ବିରୋଧରେ ଯେ କୌଣସି ମୁହୂର୍ତ୍ତରେ ଆସିପାରେ ଅବିଶ୍ୱାସ ପ୍ରସ୍ତାବ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଗୁଆହାଟିର ପଞ୍ଚତାରକା ହୋଟେଲରେ ବସିଥିବା ସିନ୍ଧେ ଗ୍ରୁପ ଏବେ ଆକ୍ସନକୁ ଆସିଯାଇଛନ୍ତି । ଏମିତି ଖବର ମିଳିଛି କି ଏହି ଗ୍ରୁପ ୩୦ ଜୁନ ପରେ ଯେ କୌଣସି ମୁହୂର୍ତ୍ତରେ ଫ୍ଲୋର ଟେଷ୍ଟ ପାଇଁ ଦାବି କରିପାରନ୍ତି ।
ସୁପ୍ରିମକୋର୍ଟରୁ ଯେତେବେଳେ ଆଶ୍ୱସ୍ତିକର ଖବର ଆସିଲା ସେତେବେଳେ ଠାଣେରେ ସିନ୍ଧେଙ୍କ ସମର୍ଥକ ଉତ୍ସବ ମନାଇଲେ । ଆହୁରି ମଧ୍ୟ ଖବର ରହିଛି କି ଗୁଆହାଟିର ହୋଟେଲ ରେଡିସନ ବ୍ଲୁର ବୁକିଂ ୩୦ ଜୁନରୁ ବଢାଇ ୫ ଜୁଲାଇ କରି ଦିଆଯାଇଛି । ଅର୍ଥାତ୍ ଅସନ୍ତୁଷ୍ଟ ବିଧାୟକମାନେ ୫ ଜୁଲାଇ ପର୍ଯ୍ୟନ୍ତ ହୋଟେଲରେ ରହିବେ । କେବଳ ସେତିକି ନୁହେଁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ସମୟ ମିଳିବା ପରେ ସିନ୍ଧେ ଗ୍ରୁପ ଉଦ୍ଧବ ସରକାରଙ୍କୁ ଭାଙ୍ଗିବାକୁ ଅଚାନକ ଆକ୍ଟିଭ ହୋଇଯାଇଥିବା ଦେଖାଯାଇଛି । ସଙ୍ଗେ ସଙ୍ଗେ ହୋଟେଲରେ ବୈଠକ ହେବା ସଂହ ରାଜ୍ୟପାଳଙ୍କ ସହ ସମ୍ପର୍କ କରିବା କଥା ମଧ୍ୟ ଉଠିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?