Posted inଜାତୀୟ

ଅଟା ଏବେ ଲିଟର ପିଛା ୪୦ ଟଙ୍କା, ଭାଷଣରେ ରାହୁଲ ଏଭଳି କହିଲେ…

ନୂଆଦିଲ୍ଲୀ, ୪।୯ : ରାହୁଲ ଗାନ୍ଧୀ ଦିଲ୍ଲୀର ରାମଲୀଳା ମଇଦାନରେ କଂଗ୍ରେସର ହଲ୍ଲାବୋଲ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। କ୍ଷୀର, ମଇଦା, ଗ୍ୟାସ ସିଲିଣ୍ଡର, ସୋରିଷ ତେଲ , ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବହୁଗୁଣିତ ହୋଇଛି। ଏହି ସମୟରେ ତାଙ୍କ ପାଟିରୁ କଥା ଖସିଯାଇଥିଲା। ଏବେ ଏହାକୁ ନେଇ ସେ ସୋସିଆଲ ମିଡ଼ିଆରେ ଟ୍ରୋଲ ହେବାରେ ଲାଗିଛନ୍ତିି।

ରାହୁଲ ଗାନ୍ଧୀ କିଛି ବର୍ଷ ପୁରୁଣା ଅଟା ଦାମ ସହିତ ଏବେକାର ଦାମ ତୁଳନା କରୁଥିଲେ। ଏଥି ସହିତ ସେ କିଲୋ ବଦଳରେ ଲିଟର କହି ଦେଇଥିଲେ। ସେ କହିଛନ୍ତି ଯେ ପୂର୍ବରୁ ଅଟା ଲିଟର ପିଛା ୨୨ ଟଙ୍କାରେ ଉପଲବ୍ଧ ଥିଲା ଏବଂ ଏବେ ଏହା ଲିଟର ପିଛା ୪୦ ଟଙ୍କାରେ ବିକ୍ରି ହେଉଛି।

ଅନେକ ୟୁଜର ଏହି ଭିଡିଓ ଶେୟାର କରିଛନ୍ତି। ଏପରିକି କିଛି ଭାଜପା ନେତା ଏହାକୁ ପୋଷ୍ଟ କରି ରାହୁଲ ଗାନ୍ଧୀଙ୍କୁ ଘେରିବାକୁ ଚେଷ୍ଟା କରିଛନ୍ତି। ସୋସିଆଲ ମିଡିଆରେ ଅନେକ ଉପଭୋକ୍ତା ମଧ୍ୟ ଏହା ଉପରେ ନିଜର ମତାମତ ଦେଉଛନ୍ତି। ଭାଷଣ ସମୟରେ ରାହୁଲ ଗାନ୍ଧୀଙ୍କ ପାଟିରୁ କଥା ଖସି ଯାଇଥିଲା। ଏହି କାରଣରୁ ସେ କିଲୋ ବଦଳରେ ଲିଟର କହିଥିଲେ। ପରେ ଏହାର ସମ୍ପୂର୍ଣ୍ଣ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯେଉଁଥିରେ ସେ ତାଙ୍କ ଭୁଲକୁ ସଂଶୋଧନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri