Posted inଜାତୀୟ

ଲାଲ୍‌ କିଲ୍ଲାରେ ହେବ ଫୁଲବର୍ଷା…

ନୂଆଦିଲ୍ଲୀ,୨୬।୭: ଚଳିତ ବର୍ଷ ଅଗଷ୍ଟ ୧୫ଠାରୁ ଦେଶରେ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅମୃତ ମହୋତ୍ସବ ପାଳନ କରାଯିବାର କାର୍ଯ୍ୟକ୍ରମ ରହିଛି। ସ୍ବାଧୀନତା ଦିବସର ଏହି ଐତିହାସିକ ମୁହୂର୍ତ୍ତକୁ ସ୍ମରଣୀୟ କରିବା ଲାଗି ଲାଲ୍‌ କିଲ୍ଲାରେ ହେଲିକପ୍ଟରରୁ ଫୁଲବର୍ଷା କରାଯିବାର ବ୍ୟବସ୍ଥା ହୋଇଛି। ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲା ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍‌ବୋଧନ ଅଞ୍ଚଳରେ ଥିବା ଲାଲ୍‌ କିଲ୍ଲାର କାନ୍ଥକୁ ଫୁଲରେ ସଜ୍ଜିତ କରାଯିବ। ଫୁଲବର୍ଷା କାର୍ଯ୍ୟକୁ କିଭଳି କରାଯିବ ସେ ନେଇ ବାୟୁସେନା ସମେତ ଅନ୍ୟ ସୁରକ୍ଷା ଏଜେନ୍ସିର ଅଧିକାରୀମାନେ ଇତିମଧ୍ୟରେ ଲାଲ୍‌ କିଲ୍ଲା ପରିଭ୍ରମଣ କରିସାରିଛନ୍ତି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ସମ୍ଭାବ୍ୟ ଡ୍ରୋନ୍‌ ଆକ୍ରମଣକୁ ପ୍ରତିରୋଧ କରିବା ଲାଗି ପଦକ୍ଷେପ ଗ୍ରହଣ କରାଯିବ। ଲାଲ୍‌ କିଲ୍ଲାରେ ଚଳିତବର୍ଷ ସ୍ବାଧୀନତା ଦିବସ ଉତ୍ସବରେ ଯୋଗାଦେବା ଲାଗି କମ୍‌ ସଂଖ୍ୟକ ଭିଆଇପିଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରାୟ ୧୨୦ ଭିଆଇପି ଏହି କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି। ମଞ୍ଚର ବାମ ଏବଂ ଡାହାଣ ପଟରେ ୬୦ ଲେଖାଏଁ ଭିଆଇପିଙ୍କ ବସିବାର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri