ବଂଶୀଧର ପ୍ରତିହାରୀ ପାଇଲେ ‘ଧର୍ମପଦ ପୁରସ୍କାର’

ଭୁବନେଶ୍ୱର,୭।୨(ବ୍ୟୁରୋ):ଲଳିତ କଳା ଏକାଡେମୀ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୨୨ ମସିହା ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ଓ ‘ଶିଳ୍ପୀ ସମ୍ବର୍ଦ୍ଧନା’ ସହିତ ୪୦ତମ ରାଜ୍ୟସ୍ତରୀୟ ‘ଚାରୁକଳା ପୁରସ୍କାର’ ପ୍ରଦାନ କରାଯାଇଛି। ସୋମବାର ସଂସ୍କୃତି ଭବନରେ ଆୟୋଜିତ ଉତ୍ସବରେ ୯୪ ବର୍ଷୀୟ ବିଶିଷ୍ଟ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀଙ୍କୁ ‘ଧର୍ମପଦ ପୁରସ୍କାର’ ଦିଆଯାଇଥିବାବେଳେ ପୁରସ୍କାର ବାବଦକୁ ୫ଲକ୍ଷ ଟଙ୍କାର ଅର୍ଥରାଶି ମିଳିଛି। ପୁରସ୍କାର ଗ୍ରହଣ କରିବାବେଳେ ବଂଶୀଧର ଖୁସିବ୍ୟକ୍ତ କରିବା ସହ ବଞ୍ଚତ୍ଥିବା ପର୍ଯ୍ୟନ୍ତ ପିଲାମାନଙ୍କୁ ଚିତ୍ର ଶିଖାଇବାକୁ ଚେଷ୍ଟା ଜାରି ରଖିବି ବୋଲି କହିଛନ୍ତି। ସେହିପରି ୭ ଶିଳ୍ପୀଙ୍କୁ ‘ଚାରୁକଳା ପୁରସ୍କାର’ ପ୍ରଦାନ କରାଯାଇଛି। ଭାସ୍କର୍ଯ୍ୟ କଳାରେ ଶିଳ୍ପୀ ପ୍ରତାପ ଚନ୍ଦ୍ର ଜେନା ଓ ଅଶାନ୍ତ ଦାସ, ମୁଦ୍ରଣ କଳାରେ ଶିଳ୍ପୀ ରବି ନାରାୟଣ ଗୁପ୍ତା ଓ ଶିଳ୍ପୀ ଟୁକୁନା ଡାକୁଆ, ପାରମ୍ପରିକ ଚିତ୍ରକଳାରେ ଶିଳ୍ପୀ ନିରଞ୍ଜନ ମୁଖି, ଚିତ୍ରକଳାରେ ଶିଳ୍ପୀ ଶୀତିକାନ୍ତ ସାମନ୍ତସିଂହାର ଓ ଶିଳ୍ପୀ ଅମିତ କୁମାର ଓଝାଙ୍କୁ ଉତ୍ତରୀୟ ଓ ମାନପତ୍ର ସହ ୨ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ଦିଆଯାଇଛି। ଏଥିସହିତ ୫ଜଣଙ୍କୁ ‘ଶିଳ୍ପୀ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି। ବିଶିଷ୍ଟ ଭାସ୍କର୍ଯ୍ୟ ଓ ଚିତ୍ରଶିଳ୍ପୀ ବ୍ରଜବନ୍ଧୁ ମିଶ୍ର, ତାଳପତ୍ର ଚିତ୍ରଶିଳ୍ପୀ ଲକ୍ଷ୍ମୀଧର ସୁବୁଦ୍ଧି, ପାରମ୍ପରିକ ପଟ୍ଟଚିତ୍ର ଶିଳ୍ପୀ ଭ୍ରମରବର ନାୟକ, ଚିତ୍ରଶିଳ୍ପୀ ରମେଶ କୁମାର ବେହେରା ଓ ବିଶିଷ୍ଟ ପ୍ରସ୍ତର ଶିଳ୍ପୀ କେଶବ ଚନ୍ଦ୍ର ମହାରଣାଙ୍କୁ ୧ଲକ୍ଷ ଟଙ୍କାର ଅର୍ଥରାଶି ସହ ସମ୍ବର୍ଦ୍ଧିତ କରାଯାଇଛି।
ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଶିଳ୍ପୀମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ମନ୍ତ୍ରୀ କହିଲେ, ଶିଳ୍ପୀମାନେ ଚିର ନମସ୍ୟ, ପ୍ରଣମ୍ୟ। ସେମାନଙ୍କ ସାଧନା ଓ ସମର୍ପଣ ଭାବ କଳାକ୍ଷେତ୍ରକୁ ପ୍ରସ୍ଫୁଟିତ କରିଛି। ଉତ୍କର୍ଷ କଳା ଯୋଗୁ ଆମ ରାଜ୍ୟ ଉତ୍କଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା। ବିଶ୍ୱ ପ୍ରସିଦ୍ଧ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର, କୋଣାର୍କ ସୂର୍ଯ୍ୟ ମନ୍ଦିର ଏହାର ସାକ୍ଷୀ ବୋଲି ମନ୍ତ୍ରୀ କହିଥିଲେ। ସମ୍ମାନିତ ଅତିଥି ଭାବେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଆଗାମୀ ପିଢ଼ିର କଳାକାରଙ୍କ ପାଇଁ ସମ୍ବର୍ଦ୍ଧିତ ଶିଳ୍ପୀମାନେ ମାର୍ଗଦର୍ଶକ ବୋଲି ମତବ୍ୟକ୍ତ କରିଥିଲେ। ବିଭାଗୀୟ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଓ ଲଳିତ କଳା ଏକାଡେମୀ ସଭାପତି ସୁଦର୍ଶନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏକାଡେମୀ ସଚିବ ପଞ୍ଚାନନ ସାମଲ ସ୍ବାଗତ ଭାଷଣ ଓ ପ୍ରାରମ୍ଭିକ ସୂଚନା ଦେଇଥିଲେ। ବିଭାଗର ଅତିରିକ୍ତ ଶାସନ ସଚିବ ମନସ୍ବିିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଉପସ୍ଥାପକ ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri