ସହର ଭିତରେ ଫ୍ଲାଏ ଆଶ୍‌ ଇଟା କାରଖାନା

ଯାଜପୁର ସଦର,୨୬।୨(ଡି.ଏନ.ଏ.): ଯାଜପୁର ତହସିଲ ଅନ୍ତର୍ଗତ ଯାଜପୁର ସହର ଭିତରେ ଏକ ଫ୍ଲାଏ ଆଶ୍‌ ଇଟା କାରଖାନା ଚାଲିଛି। ଏହି କାରଖାନାରେ ନମ୍ବର ବିହୀନ ଗାଡ଼ିଗୁଡ଼ିକୁ ଇଟା ପରିବହନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଏଥିସହିତ ଇଟା ଅନ୍‌ଲୋଡିଂ ପାଇଁ ଶିଶୁ ଶ୍ରମିକମାନଙ୍କୁ ନିୟୋଜିତ କରାଯାଉଛି। ସହର ଭିତରେ ଶିଶୁ ଶ୍ରମିକମାନଙ୍କୁ ନେଇ ଇଟା ପରିବହନ ପୋଲିସ୍‌ ଜାଣତରେ ହେଉଛି। ଏହାବାଦ କାରଖାନାରୁ ବାହାରୁଥିବା ଧୂଆଁ, ଇଟା ତିଆରି ମେଶିନର ଶବ୍ଦରେ ଜନ ସାଧାରଣ ଅତିଷ୍ଠ ହେଉଥିବା ଅଭିଯୋଗ ହେଉଛି। ସହର ଭିତରେ ଇଟା କାରଖାନାକୁ କିପରି ଅନୁମତି ମିଳିଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଗୁରୁବାର ଅପରାହ୍ନରେ ଏହି କାରଖାନାରୁ ୨ଟି ନମ୍ବର ବିହୀନ ଟ୍ରାକ୍ଟର ମାଧ୍ୟମରେ ଇଟା ବୋଝେଇ ହୋଇ ଯାଉଥିବା ବେଳେ ରାସ୍ତାରେ ଓଲଟି ପଡ଼ିଥିଲା। ଟ୍ରାକ୍ଟର ଉପରେ ବସି ଇଟା ଖଲାସ୍‌ କରିବାକୁ ଯାଉଥିବା ୨ଜଣ ନାବାଳିକା ଶ୍ରମିକ ଗୁରୁତର ଆହତ ହୋଇ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଜଣକ ହାତରେ ଗଭୀର ଆଘାତ ଲାଗିଛି ଓ ଅନ୍ୟ ଜଣେ ଘରକୁ ଫେରି ଯାଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ୧ଘଣ୍ଟା ପର୍ଯ୍ୟନ୍ତ ୨୦ନମ୍ବର ଜାତୀୟ ରାଜପଥ ଅବରୋଧ ହୋଇଥିଲାବେଳେ ଯାଜପୁର ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରି ଯାତାୟାତକୁ ସ୍ବାଭାବିକ କରିଥିଲା। ପ୍ରଶାସନ ଆଖି ଆଗରେ ଶିଶୁ ଶ୍ରମିକ ବିପଦପୂର୍ଣ୍ଣ ଭାବେ ଖଟୁଥିବାରୁ ସଚେତନ ନାଗରିକମାନେ କ୍ଷୋଭ ପ୍ରକାଶ କରୁଛନ୍ତି। ଘଟଣା ସମ୍ପର୍କରେ ସ୍ଥାନୀୟ ମହାବୀରନଗର ବାସିନ୍ଦା ଶିଶୁ ସୁରକ୍ଷା ଅଧିକାରୀ ନିରଞ୍ଜନ କରଙ୍କୁ ଅବଗତ କରିବା ସହ ବେଆଇନ୍‌ କାର୍ଯ୍ୟ ସମ୍ପର୍କରେ ଟାଉନ୍‌ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) କଳିଙ୍ଗନଗର ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର ବେହେରାଙ୍କୁ ପଚାରିବାରେ ସେ କହିଛନ୍ତି ଇଟାଭାଟି ଅନୁମତି ତାଙ୍କ ପରିସର ବାହାରେ। ଯଦି ଏଥିପାଇଁ ପ୍ରଦୂଷଣ ହେଉଛି ତେବେ ବିଭାଗ ପକ୍ଷରୁ ନିଶ୍ଚିତ ଭାବେ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri