ଫ୍ଲାଏ ଓଭର କାମ ନିମ୍ନମାନର

ବଇଣ୍ଡା,୩୧।୧୦(ଡି.ଏନ.ଏ): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ବ୍ଲକ ବଇଣ୍ଡାଠାରେ ଫ୍ଲାଏ ଓଭର ବ୍ରିଜ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଅଞ୍ଚଳବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ରବିବାର ଫ୍ଲାଏ ଓଭର ବ୍ରିଜ୍‌ କଂକ୍ରିଟ କାମ ଚାଲିଥିବାବେଳେ ଏହାକୁ ନେଇ ଆପତ୍ତି ଉଠାଇଥିଲେ ଗ୍ରାମବାସୀ। ସେମାନେ ଘଟଣାସ୍ଥଳରେ ପହଞ୍ଚତ୍ କାର୍ଯ୍ୟର ମାନ ଯାଞ୍ଚ କରିଛନ୍ତି। ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ଅଧିକାରୀଙ୍କ ଅନୁପସ୍ଥିତିରେ କାମ ହେଉଛି। ଏଥିସହ କଂକ୍ରିଟ୍‌ ଢଳେଇରେ ଅତ୍ୟାଧୁନିକ ମେଶିନ ବ୍ୟବହାର ହେଉ ନ ଥିବାରୁ ଏହାର ସ୍ଥାୟିତ୍ୱ ନେଇ ସେମାନେ ପ୍ରଶ୍ନ ଉଠାଇଛନ୍ତି।
ଗ୍ରାମବାସୀ କହିଛନ୍ତି, ବଇଣ୍ଡା ଫ୍ଲାଏ ଓଭର ବ୍ରିଜ ନିର୍ମାଣରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଛି। ତେବେ ବ୍ରିଜ୍‌ ତଳ ଫାଉଣ୍ଡେଶନ କଂକ୍ରିଟ କାମରେ ମେଶିନ ବ୍ୟବହାର କରାଯାଉନାହିଁ। କଂକ୍ରିଟ୍‌ କାର୍ଯ୍ୟ ଅତି ନିମ୍ନମାନର ହେଉଛି। ବୁମ୍‌ ପ୍ରେସର ମେଶିନ ଦ୍ୱାରା କଂକ୍ରିଟ କରାଯିବା ପରିବର୍ତ୍ତେ ଠିକାସଂସ୍ଥା ଜେସିବି ମେଶିନରେ ଆରଏମ୍‌ସି ମିକ୍ସର ମେଶିନରୁ କଂକ୍ରିଟ ନେଇ ଢଳେଇ କରାଯାଉଛି। ଭାଇବ୍ରେଟର ମଧ୍ୟ ଠିକ୍‌ ଭାବେ ବ୍ୟବହାର ହେଉନାହିଁ। ଯାଞ୍ଚ କରିବା ଲାଗି ଏନ୍‌ଏଚ୍‌ଏଆଇ ଅଧିକାରୀ ରହୁନାହାନ୍ତି। ଶ୍ରମିକମାନେ ଅସୁରକ୍ଷିତ ଅବସ୍ଥାରେ ବିଳମ୍ବିତ ରାତିରେ କାର୍ଯ୍ୟ କରୁଛନ୍ତି। ଠିକାସଂସ୍ଥା ମନଇଚ୍ଛା କାର୍ଯ୍ୟ କରୁଥିବାବେଳେ ବ୍ରିଜ୍‌ର ସ୍ଥାୟିତ୍ୱକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏ ଦିଗରେ ପ୍ରଶାସନ ଦୃଷ୍ଟି ଦେବାକୁ ସେମାନେ ଦାବି କରିଛନ୍ତି।
ଏ ନେଇ ଠିକାସଂସ୍ଥା ଜେନେରାଲ ମ୍ୟାନେଜର ବିମଲ ପାଲ କହିଛନ୍ତି, ରବିବାର ଥିବା ଯୋଗୁ ଏନ୍‌ଏଚ୍‌ଏଆଇର ଅଧିକାରୀ ଆସିନାହାନ୍ତି। କାମ ଠିକ ଭାବେ ଚାଲୁଛି। ବୁମ୍‌ ପ୍ରେସର ମେଶିନ ଖୁବଶୀଘ୍ର ଅଣାଯାଇ କାମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା

ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri