ପୁଣି ଚର୍ଚ୍ଚାରେ FM ମହାବିଦ୍ୟାଳୟ, କଲେଜ କ୍ୟାମ୍ପସରେ ପଶି ଛାତ୍ରୀଙ୍କ ସହ କଲେ…

ବାଲେଶ୍ୱର, ୧୨।୮ (ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ କ୍ୟାମ୍ପସ ଅସୁରକ୍ଷିତ ହୋଇପଡିଛି । ପ୍ରାୟ ଏକ ମାସ ପୂର୍ବରୁ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା ମନରୁ ଲିଭି ନ ଥିବା ବେଳେ ସୋମବାର ପୁଣି ଏକ ସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି । ଜଣେ ଯୁବକ କଲେଜର ଇଷ୍ଟ କ୍ୟାମ୍ପସ ଭିତରକୁ ପଶି ଯାଇ ଜଣେ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିବା ସହ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିଥିବା ଅଭିଯୋଗ ହୋଇଛି । ଏପରିକି ସେଠାରେ ଥିବା ଛାତ୍ରୀମାନଙ୍କୁ ଯୁବକ ଜଣଙ୍କ ଧମକାଇଥିଲେ । ତେବେ ଏକତରଫା ପ୍ରେମକୁ ନେଇ ଏଭଳି ଘଟିଥିବା ଅନୁମାନ କରାଯାଉଛି। ଏନେଇ ଟାଉନ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ନଂ ୨୦୬/୨୫ ରୁଜୁ କରି ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି । ଗିରଫ ଯୁବକ ଜଣଙ୍କ ହେଉଛନ୍ତି ମୟୂରଭଞ୍ଜ ଜିଲା ବଡସାହି ଥାନା ଅର୍ନ୍ତଗତ ବଡଗମ୍ଭାରିଆ ଅଂଚଳର ଚନ୍ଦନ କୁମାର ଗିରି (୨୫)। ସୂଚନା ଅନୁସାରେ, ସୋମବାର ଚନ୍ଦନ ହଠାତ ଫକୀରମୋହନ କଲେଜର ଇଷ୍ଟ କ୍ୟାମ୍ପସ ମଧ୍ୟକୁ ପଶି ଯାଇଥିଲେ। ସେହି କ୍ୟାମ୍ପସରେ ଥିବା ଛାତ୍ରୀମାନଙ୍କୁ ଖରାପ ଭାଷାରେ ଗାଳି ଗୁଲଜ କରିବା ଆରମ୍ଭ କରିଦେଇଥିଲେ ଏବଂ ପରେ ଚନ୍ଦନ ଉକ୍ତ କଲେଜଛାତ୍ରୀଙ୍କୁ ଧମକ ମଧ୍ୟ ଦେଇଥିଲେ। ଏନେଇ ଟାଉନଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ ଉକ୍ତ ଯୁକବକୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି । ଅପରପକ୍ଷରେ ଆଇଆଇସି ବିଜୟ କୁମାର ଦାସ କହିଛନ୍ତି, ଛାତ୍ରୀଙ୍କ ସହ ଅଭିଯୁକ୍ତଙ୍କର ସମ୍ପର୍କ କଣ, ପୂର୍ବରୁ ଚିହ୍ନା ପରିଚୟ ଅଛିକି ନାହିଁ ସେ ନେଇ ତଦନ୍ତ ଚାଲିଛି । ଏକତରଫା ପ୍ରେମରୁ ଯଦି ଏହା ଘଟିଥାଏ, ତେବେ ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri