ଏଫଏମ କଲେଜ ଘଟଣା: ମୁହଁ ଖୋଲିଲେ ପୀଡିତାଙ୍କ ବାପା, କଲେ ବଡ଼ ବିସ୍ଫୋରଣ

ବାଲେଶ୍ୱର,୧୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷର ଛାତ୍ରୀ ଶନିବାର ଅଧ୍ୟକ୍ଷଙ୍କ ଅଫିସ ସମ୍ମୁଖରେ ପେଟ୍ରୋଲ ଢାଳି ଆମତ୍ାହୁତି ଦେବାକୁ ଉଦ୍ୟମ କରିଥିଲେ। ସେଠାରେ ଉପସ୍ଥିତ କଲେଜ କର୍ତ୍ତୃପକ୍ଷ ଓ କର୍ମଚାରୀ ସେ ନିଆଁରେ ଜଳି ଯାଉଥିବା ଦେଖି ମଧ୍ୟ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରି ନ ଥିଲେ। ସମସ୍ତେ ଚୁପ୍‌ଚାପ୍‌ ଠିଆ ହୋଇ ରହିଥିଲେ ବୋଲି ସେଠାରେ ଉପସ୍ଥିତ ଛାତ୍ରୀଛାତ୍ର କହିଛନ୍ତି। ଏଭଳି ପରିସ୍ଥିତିରେ କଲେଜ କର୍ମଚାରୀ ମାନବିକତା ଭୁଲିଗଲେ ବୋଲି ସାଧାରଣରେ ଆଲୋଚନା ହେଉଛି।

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ପରେ ଏଫଏମ୍‌ କଲେଜ ପ୍ରିନ୍ସିପାଲ ଓ ଏଚଓଡିଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଛାତ୍ରୀଙ୍କ ବାପା। ସେ କହିଛନ୍ତି, ‘ମୋ’ ଝିଅକୁ ପ୍ରିନ୍ସିପାଲ ମାନସିକ ନିର୍ଯାତନା ଦେଇଛନ୍ତି। ପ୍ରିନ୍ସିପାଲ କହିଥିଲେ, ସବୁ ଭୁଲ୍‌ ଝିଅର, ଏଚ୍‌ଓଡିଙ୍କର କିଛି ଭୁଲ୍‌ ନାହିଁ। ଅଭିଯୋଗ ଉଠାଇ ନେବାକୁ ଝିଅକୁ ବାଧ୍ୟ କରାଯାଇଥିଲା। ଏପରିକି କଲେଜରୁ ବହିଷ୍କାର କରିଦେବାକୁ ଧମକ ଦିଆଯାଇଥିଲା। ଏଚ୍‌ଓଡି ମଧ୍ୟ ଝିଅର ଚରିତ୍ରକୁ ନେଇ ପ୍ରଶ୍ନ ଉଠାଇଥିଲେ। ତାଙ୍କ ବିରୋଧରେ ଗଲେ ୬ ବର୍ଷ ଯାଏ ବ୍ୟାକ ଲାଗିବ ବୋଲି କହିଥିଲେ। ସେଇଥିପାଇଁ ଝିଅ ଆତ୍ମାହୁତି ଉଦ୍ୟମ କଲା ବୋଲି ବାପା ଅଭିଯୋଗ କରିଛନ୍ତି। ସରକାର ଦୋଷୀଙ୍କୁ ଏଭଳି ଦଣ୍ଡ ଦିଅନ୍ତୁ, ଯେଭଳି ଘଟଣାର ପୁନରାବୃତ୍ତି ନ ହେବ ବୋଲି ତାଙ୍କ ବାପା କୋହଭରା କଣ୍ଠରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri