ଭାଜପା ଅଫିସରେ ସରିଲା ବୈଠକ: ମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୭: ଏଫଏମ କଲେଜ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଘଟଣାରେ ଆସିଛି ବଡ଼ ଅପଡେଟ । ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ସାରା ରାଜ୍ୟ ଉଠୁଛି ପଡୁଛି। ବିରୋଧୀ ବିଜେଡି ଓ କଂଗ୍ରେସ ମଧ୍ୟ ସରକାରଙ୍କ ଉପରେ ଚାପ ପକାଉଛନ୍ତି। ତେବେ ଏନେଇ ଆଜି ସଂଧ୍ୟାରେ ଭୁବନେଶ୍ୱରର ଭାଜପା କାର୍ଯ୍ୟାଳୟରେ ଭାଜପାର ବଡ଼ ବୈଠକ ବସିଥିଲା। ଯେଉଁଥିରେ ସଭାପତି ମନମୋହନ ସାମଲଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀଙ୍କ ଉପସ୍ଥିତିରେ ବଡ଼ ବୈଠକ ବସିଥିଲା। ଏହି ସମୟରେ ଚର୍ଚ୍ଚା ହେଉଥିଲା କି କିଛି ବଡ଼ ଖବର ସାମ୍ନାକୁ ଆସିବ।

ଏହି କ୍ରମରେ ବୈଠକ ସରିବା ପରେ ବଡ଼ ବୟାନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ସରକାର ସବୁ ଦିଗକୁ ନେଇ ତଥ୍ୟ ସଂଗ୍ରହ କରୁଛନ୍ତି । ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି । ସମୟ ଦିଅନ୍ତୁ ଆହୁରି ତଥ୍ୟ ମିଳିବ । ଛାତ୍ରୀଙ୍କ ମୃତ୍ୟୁ ପରେ ଦଫା ପରିବର୍ତ୍ତନ କରାଯାଇଛି ।

ଘଟଣାର ସବୁ ଦିଗରୁ ନିଖୁଣ ତଦନ୍ତ ହେବ । ଦାୟୀ ଓ ଅବହେଳାକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଆଇନ ତା’ ବାଟରେ ଯିବ, ଶେଷ ସୋପାନ ଯାଏ ପହଞ୍ଚିବ । ଛାତ୍ରୀଙ୍କ ମୃତ୍ୟୁ ହୋଇଥିବାରୁ ଦଫା ପରିବର୍ତ୍ତନ ହେବ । ପୀଡ଼ିତାଙ୍କ ପରିବାରର ଦାବି ଅନୁସାରେ ତଦନ୍ତ ହେବ । ଘଟଣାର ତଦନ୍ତ ପରିସର ବଢ଼ାଯିବ, ମୁଁ ତଥ୍ୟ ସଂଗ୍ରହ କରୁଛି । ଉଚ୍ଚଶିକ୍ଷା ଓ କ୍ରାଇମବ୍ରାଞ୍ଚର ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ । ସରକାରଙ୍କ ପାଖରେ ତଦନ୍ତର ବିକଳ୍ପ ଖୋଲା ଅଛି । ସମସ୍ତଙ୍କ ଉଦ୍ଦେଶ୍ୟ ଗୋଟିଏ-ପୀଡ଼ିତାଙ୍କୁ ନ୍ୟାୟ ମିଳୁ ବୋଲି ସେ କହିଛନ୍ତି।

ସୂ୍‌ଚନାଥାଉ କି, ଦୁଇ ଉପ ମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଘଟଣାର ସରକାରୀ ଭାବେ ସମୀକ୍ଷା କରାଯାଇଥିଲା। ରାଜସ୍ବ ମନ୍ତ୍ରୀ କହିଥିଲେ କେବଳ HOD କି ଅଧ୍ୟକ୍ଷ ନୁହନ୍ତି ଝିଅ ଆତ୍ମହତ୍ୟା କରିବା ପାଇଁ ସ୍ଥିତି ସୃଷ୍ଟି କରିଥିବା ଯେ କୌଣସି ବ୍ୟକ୍ତି ବି ତଦନ୍ତର ପରିସରରକୁ ଆସିବେ । ୧୫ ଦିନ ଧରି କିଛି ନା କିଛି ଘଟଣା ଘଟିଛି । ପ୍ରତ୍ୟେକ ଦିନ ଛାତ୍ରୀ ମାନସିକ ଯନ୍ତ୍ରଣାର ଶିକାର ହୋଇଛନ୍ତି । ତାପରେ ଯେଉଁ କଷ୍ଟ ହୋଇଛି, ତାହା ଆତ୍ମହତ୍ୟାର ରୂପ ନେଇଛି । ତେଣୁ ଏଥିପାଇଁ ବିଭିନ୍ନ ଦଫା ମଧ୍ୟ ପରିବର୍ତ୍ତନ ହେବା ଆରମ୍ଭ ହେଲାଣି । ଆତ୍ମହତ୍ୟା ପାଇଁ ଯେଉଁମାନେ ପ୍ରେରିତ କରିଥିଲେ, ସେମାନଙ୍କ ଉପରେ ମଧ୍ୟ ଦଫା ଲାଗିଛି । ମାନସିକ ଯନ୍ତ୍ରଣା ଦେବା ଉପରେ ମଧ୍ୟ ଦଫା ଲାଗିଛି । Common intention କିଏ, ଛାତ୍ରୀଙ୍କୁ ଆତ୍ମହତ୍ୟା କରିବାକୁ ପ୍ରେରିତ କରିଥିଲା, ଏଥିରେ ଆଉ କେଉଁମାନେ ସଂପୃକ୍ତ ଥିଲେ ସେ ଦିଗକୁ ମଧ୍ୟ ତର୍ଜମା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?