Posted inରାଜ୍ୟ

ସୋମ୍ୟାଶ୍ରୀ ମୃତ୍ୟୁ ଘଟଣାରେ UGC ନେଲା ବଡ଼ ନିଷ୍ପତ୍ତି, ଆଜି ଠାରୁ…

ଭୁବନେଶ୍ୱର,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୋମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ, ଭାଜପା ସରକାରଙ୍କୁ ଘେରୁଛନ୍ତି। ଘଟଣାକୁ ନେଇ UGC ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କରାଯାଇଛି। ପ୍ରଫେସର ରାଜ ମିତ୍ତଲଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ସୁଷମା ଯାଦବ, ନୀର୍ଜା ଗୁପ୍ତା ଓ ଅସୀମା ମଙ୍ଗଳା ରହିଛନ୍ତି। ଏହି ଆତ୍ମାହୁତି ଘଟଣାରେ ତଦନ୍ତ କରିବ ୪ ଜଣିଆ କମିଟି। ସମସ୍ତ ଦିଗକୁ ଅନୁଧ୍ୟାନ କରି ରିପୋର୍ଟ ଦାଖଲ କରିବ କମିଟି। ୭ ଦିନ ଭିତରେ ୟୁଜିସି ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Image

ସୋମବାର ରାଜ୍ୟ ସରକାର ଏକ ବଡ଼ ପପକ୍ଷେପ ନେଇଛନ୍ତି। ସବୁ କଲେଜରେ ତୁରନ୍ତ ଇଣ୍ଟରନାଲ କମିଟି ଗଢ଼ିବାକୁ ଚିଠି ଲେଖାଯାଇଛି। ୨୪ ଘଣ୍ଟା ମଧ୍ୟରେ ଇଣ୍ଟରନାଲ କମିଟି ନେଇ ରିପୋର୍ଟ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ସବୁ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି ପଠାଯାଇଛି। କମିଟି ସଦସ୍ୟଙ୍କ ନାଁ ଓ କଣ୍ଟାକ୍ଟ ନମ୍ବର ସ୍ପଷ୍ଟ ଚିହ୍ନିତ ସ୍ଥାନରେ ଡିସ୍ପ୍ଲେ ନିର୍ଦ୍ଦେଶ ଦିଆଯାଇଛି। ସେମାନଙ୍କ ବାବଦରେ ବିସ୍ତୃତ ତଥ୍ୟ HIMS ପୋର୍ଟାଲରେ ଅପ୍‌ଲୋଡ ହେବ। ଯୌନ ନିର୍ଯାତନା ବାବଦରେ ସଚେତନ ପାଇଁ ତୁରନ୍ତ ୱାର୍କସପ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆମତ୍ାହୁତି ଉଦ୍ୟମ କରିଥିଲେ। ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ତାଙ୍କର ୧୨ ଦିନ ତଳର ଟୁଇଟ୍‌ ଏବେ ଭାଇରାଲ ହୋଇଛି, ଯାହାକୁ ନେଇ ସାରା ରାଜ୍ୟରେ କ୍ଷୋଭ ପ୍ରକାଶ ପାଇଛି। ୬ ମାସ ଧରି ଦିଆଯାଇଆସୁଥିବା ଶାରୀରିକ, ମାନସିକ ନିଯର୍ର୍ାତନା ସମ୍ପର୍କରେ ପୀଡ଼ିତା ଜୁଲାଇ ୧ରେ ନିଜ ସୋସିଆଲ ମିଡିଆ ‘X’ ହ୍ୟାଣ୍ଡଲରେ ଜଣାଇଥିଲେ। ଏହାର ପୂର୍ବ ଦିନ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ସେ ବରିଷ୍ଠ ପୋଲିସ ଅଧିକାରୀ, ଅଧ୍ୟାପକ ଏବଂ କେତେଜଣ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ନିର୍ଯାତନା ସମ୍ପର୍କରେ କଲେଜ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧ ତାରିଖରେ ‘X’ରେ ଏନେଇ ତଥ୍ୟ ଉଲ୍ଲେଖ କରିବା ସହ କେତେଜଣ ବିଶିଷ୍ଟ ବ୍ୟକ୍ତି ଓ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ସେମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ (@ଡିଏଚ୍‌ଇ), ଉଚ୍ଚଶିକ୍ଷା ମନ୍ତ୍ରୀ (@ସୂର୍ଯ୍ୟବଂଶୀବିଜେପି), କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (@ଡିପ୍ରଧାନବିଜେପି), @ସିଏମ୍‌ଓ_ଓଡ଼ିଶା, @ମୋହନଏମ୍‌ଓଡ଼ିଶା, ବାଲେଶ୍ୱର ଜିଲାପାଳ (@ଡିବାଲେଶ୍ୱର), ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ (@ମାନସକୁମାରଦତ୍ତ), କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ (@ଏଡୁମିନ୍‌ଅଫ୍‌ଇଣ୍ଡିଆ) ଓ ଜାତୀୟ ମହିଳା କମିଶନ(@ଏନ୍‌ସିଡବ୍ଲ୍ୟୁଇଣ୍ଡିଆ)। ଏହିମାନଙ୍କ ପାଖରୁ ପୀଡ଼ିତା ନ୍ୟାୟ ଆଶା ରଖିଥିଲେ। କଲେଜ ଅଧ୍ୟକ୍ଷ ତାଙ୍କୁ ୪/୫ ଦିନ ସମୟ ମାଗିଥିଲେ। ହେଲେ ନା କୌଣସି କର୍ତ୍ତୃପକ୍ଷ ତାଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଲେ ନା ଅଧ୍ୟକ୍ଷଙ୍କଠାରୁ ସେ ନ୍ୟାୟ ପାଇଲେ। ଶେଷରେ ହତାଶ ହୋଇ ଆମତ୍ାହୁତି ଦେବା ପାଇଁ ଚରମ ପଦକ୍ଷେପ ନେଲେ। ନିର୍ଯାତିତା ଛାତ୍ରୀଙ୍କ ଏହି ଟୁଇଟ୍‌ରେ ଟ୍ୟାଗ୍‌ ହୋଇଥିବା ବ୍ୟକ୍ତିମାନଙ୍କ ଉପରେ ଏବେ ସୋସିଆଲ ମିଡିଆ ୟୁଜର୍ସ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। କେହି ଜଣେ ଶୁଣିଥିଲେ, ଛାତ୍ରୀ ନିଜ ଦେହରେ ନିଅଁା ଲଗାଇଦେବା ଭଳି ଘଟଣା ଘଟି ନ ଥାନ୍ତା ବୋଲି ୟୁଜର୍ସ ଦର୍ଶାଇବା ସହ ପ୍ରକୃତରେ କିଏ ଦାୟୀ ଏବଂ କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ ବୋଲି ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri