Posted inରାଜ୍ୟ

ସୋମ୍ୟାଶ୍ରୀ ମୃତ୍ୟୁ ଘଟଣାରେ UGC ନେଲା ବଡ଼ ନିଷ୍ପତ୍ତି, ଆଜି ଠାରୁ…

ଭୁବନେଶ୍ୱର,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୋମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ, ଭାଜପା ସରକାରଙ୍କୁ ଘେରୁଛନ୍ତି। ଘଟଣାକୁ ନେଇ UGC ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କରାଯାଇଛି। ପ୍ରଫେସର ରାଜ ମିତ୍ତଲଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ସୁଷମା ଯାଦବ, ନୀର୍ଜା ଗୁପ୍ତା ଓ ଅସୀମା ମଙ୍ଗଳା ରହିଛନ୍ତି। ଏହି ଆତ୍ମାହୁତି ଘଟଣାରେ ତଦନ୍ତ କରିବ ୪ ଜଣିଆ କମିଟି। ସମସ୍ତ ଦିଗକୁ ଅନୁଧ୍ୟାନ କରି ରିପୋର୍ଟ ଦାଖଲ କରିବ କମିଟି। ୭ ଦିନ ଭିତରେ ୟୁଜିସି ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Image

ସୋମବାର ରାଜ୍ୟ ସରକାର ଏକ ବଡ଼ ପପକ୍ଷେପ ନେଇଛନ୍ତି। ସବୁ କଲେଜରେ ତୁରନ୍ତ ଇଣ୍ଟରନାଲ କମିଟି ଗଢ଼ିବାକୁ ଚିଠି ଲେଖାଯାଇଛି। ୨୪ ଘଣ୍ଟା ମଧ୍ୟରେ ଇଣ୍ଟରନାଲ କମିଟି ନେଇ ରିପୋର୍ଟ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ସବୁ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି ପଠାଯାଇଛି। କମିଟି ସଦସ୍ୟଙ୍କ ନାଁ ଓ କଣ୍ଟାକ୍ଟ ନମ୍ବର ସ୍ପଷ୍ଟ ଚିହ୍ନିତ ସ୍ଥାନରେ ଡିସ୍ପ୍ଲେ ନିର୍ଦ୍ଦେଶ ଦିଆଯାଇଛି। ସେମାନଙ୍କ ବାବଦରେ ବିସ୍ତୃତ ତଥ୍ୟ HIMS ପୋର୍ଟାଲରେ ଅପ୍‌ଲୋଡ ହେବ। ଯୌନ ନିର୍ଯାତନା ବାବଦରେ ସଚେତନ ପାଇଁ ତୁରନ୍ତ ୱାର୍କସପ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆମତ୍ାହୁତି ଉଦ୍ୟମ କରିଥିଲେ। ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ତାଙ୍କର ୧୨ ଦିନ ତଳର ଟୁଇଟ୍‌ ଏବେ ଭାଇରାଲ ହୋଇଛି, ଯାହାକୁ ନେଇ ସାରା ରାଜ୍ୟରେ କ୍ଷୋଭ ପ୍ରକାଶ ପାଇଛି। ୬ ମାସ ଧରି ଦିଆଯାଇଆସୁଥିବା ଶାରୀରିକ, ମାନସିକ ନିଯର୍ର୍ାତନା ସମ୍ପର୍କରେ ପୀଡ଼ିତା ଜୁଲାଇ ୧ରେ ନିଜ ସୋସିଆଲ ମିଡିଆ ‘X’ ହ୍ୟାଣ୍ଡଲରେ ଜଣାଇଥିଲେ। ଏହାର ପୂର୍ବ ଦିନ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ସେ ବରିଷ୍ଠ ପୋଲିସ ଅଧିକାରୀ, ଅଧ୍ୟାପକ ଏବଂ କେତେଜଣ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ନିର୍ଯାତନା ସମ୍ପର୍କରେ କଲେଜ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧ ତାରିଖରେ ‘X’ରେ ଏନେଇ ତଥ୍ୟ ଉଲ୍ଲେଖ କରିବା ସହ କେତେଜଣ ବିଶିଷ୍ଟ ବ୍ୟକ୍ତି ଓ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ସେମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ (@ଡିଏଚ୍‌ଇ), ଉଚ୍ଚଶିକ୍ଷା ମନ୍ତ୍ରୀ (@ସୂର୍ଯ୍ୟବଂଶୀବିଜେପି), କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (@ଡିପ୍ରଧାନବିଜେପି), @ସିଏମ୍‌ଓ_ଓଡ଼ିଶା, @ମୋହନଏମ୍‌ଓଡ଼ିଶା, ବାଲେଶ୍ୱର ଜିଲାପାଳ (@ଡିବାଲେଶ୍ୱର), ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ (@ମାନସକୁମାରଦତ୍ତ), କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ (@ଏଡୁମିନ୍‌ଅଫ୍‌ଇଣ୍ଡିଆ) ଓ ଜାତୀୟ ମହିଳା କମିଶନ(@ଏନ୍‌ସିଡବ୍ଲ୍ୟୁଇଣ୍ଡିଆ)। ଏହିମାନଙ୍କ ପାଖରୁ ପୀଡ଼ିତା ନ୍ୟାୟ ଆଶା ରଖିଥିଲେ। କଲେଜ ଅଧ୍ୟକ୍ଷ ତାଙ୍କୁ ୪/୫ ଦିନ ସମୟ ମାଗିଥିଲେ। ହେଲେ ନା କୌଣସି କର୍ତ୍ତୃପକ୍ଷ ତାଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଲେ ନା ଅଧ୍ୟକ୍ଷଙ୍କଠାରୁ ସେ ନ୍ୟାୟ ପାଇଲେ। ଶେଷରେ ହତାଶ ହୋଇ ଆମତ୍ାହୁତି ଦେବା ପାଇଁ ଚରମ ପଦକ୍ଷେପ ନେଲେ। ନିର୍ଯାତିତା ଛାତ୍ରୀଙ୍କ ଏହି ଟୁଇଟ୍‌ରେ ଟ୍ୟାଗ୍‌ ହୋଇଥିବା ବ୍ୟକ୍ତିମାନଙ୍କ ଉପରେ ଏବେ ସୋସିଆଲ ମିଡିଆ ୟୁଜର୍ସ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। କେହି ଜଣେ ଶୁଣିଥିଲେ, ଛାତ୍ରୀ ନିଜ ଦେହରେ ନିଅଁା ଲଗାଇଦେବା ଭଳି ଘଟଣା ଘଟି ନ ଥାନ୍ତା ବୋଲି ୟୁଜର୍ସ ଦର୍ଶାଇବା ସହ ପ୍ରକୃତରେ କିଏ ଦାୟୀ ଏବଂ କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ ବୋଲି ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?