FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ICC କଲା ସାଂଘାତିକ ଖୁଲାସା, ସାମ୍ନାକୁ ଆସିଲା ବଡ଼ ସତ!

ଭୁବନେଶ୍ୱର,୨୧।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ଜାରି ରହିଛି। ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ରବିବାର ମହାବିଦ୍ୟାଳୟରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ ଆଲୋଚନା କରିଥିଲେ। ଏହା ପରେ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରୀଜଣକ ଆତ୍ମାହୁତି ଦେଇଥିବା ସ୍ଥାନ ବୁଲି ଦେଖିଥିଲେ। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ ଅଧ୍ୟକ୍ଷ ଫିରୋଜ ପାଢ଼ୀଙ୍କ ସହ କଥା ହୋଇ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ସମୟରେ ICC ରିପୋର୍ଟରେ ସାଂଘାତିକ ଖୁଲାସା ହୋଇଛି। ଯାହା ପୀଡ଼ିତାଙ୍କୁ ନ୍ୟାୟ ଦେବା ବଦଳରେ ଦାୟୀ କରାଯାଇଛି । ରିପୋର୍ଟରେ ସମୀର ସାହୁଙ୍କୁ କ୍ଲିନଚିଟ ଦିଆଯାଇଛି। ପୀଡିତା କରିଥିବା ଅଭିଯୋଗରେ କୌଣସି ସତ୍ୟତା ନାହିଁ ବୋଲି ଆଇସିସି କହିଛି। ଏହି ରିପୋର୍ଟକୁ ଦେଖିଲେ ଜଣାପଡୁଛି, ପୂରା କଲେଜ ଗୋଟିଏ ପଟେ ଅନ୍ୟପଟେ ଏକା ହୋଇ ଯାଇଥିଲେ ଛାତ୍ରୀ। ଫେବର ମାଗିବା କଥା ନେଇ ପୀଡିତା ଛାତ୍ରୀ ଅଭିଯୋଗ କରିଥିଲେ। ଯାହା ପରେ ଆଇସିସି କମିଟି ଗଠନ କରାଯାଇ ତଦନ୍ତ କରିଥିଲା। ତଦନ୍ତ କରି ଏହି ରିପୋର୍ଟ ଦେଇଥିଲା ଆଇସିସି। ପଢନ୍ତୁ…

-ପୀଡ଼ିତାଙ୍କୁ ଫେଭର ମାଗିବା କଥା, କୌଣସି ବୟାନ ବା ଦୃଷ୍ଟିକୋଣରୁ ସାବ୍ୟସ୍ତ ହୋଇନାହିଁ।
-ଏହି ଘଟଣା ପରେ ମଧ୍ୟ ପୀଡ଼ିତା ସମୀର ସାରଙ୍କ ପାଖକୁ ନୋଟ ଆଣିବାକୁ ଯାଇଛନ୍ତି ଓ ଆଦୌ ଅସୁରକ୍ଷିତ ମନେ କରିନାହାଁନ୍ତି ।
-ମେସରେ ଥିବା ବେଳେ ରାତି ୧୦ରେ କାହା ସହ କଥା ହୋଇ ଜୋରରେ କାନ୍ଦନ୍ତି ଓ ଅନ୍ୟ ଅନ୍ତେବାସୀଙ୍କୁ ଅସୁବିଧାରେ ପକାନ୍ତି ।
-ସେ ଦିନ ୨ଟା ବେଳେ ବିଛଣାରୁ ଉଠନ୍ତି, ତେଣୁ କ୍ଲାସ କରିପାରନ୍ତି ନାହିଁ ।
-ବିଭାଗୀୟ ମୁଖ୍ୟଙ୍କୁ ଦରଖାସ୍ତ ନଦେଇ କ୍ଲାସରୁ ଅନୁପସ୍ଥିତ ରୁହନ୍ତି, ତେଣୁ ଉପସ୍ଥାନ କମ ରୁହେ ।
-ନିର୍ଯାତନା ନେଇ ପ୍ରମାଣ କମିଟିର ହସ୍ତଗତ ହୋଇନାହିଁ, ତେଣୁ ଏହା ଭିତ୍ତିହୀନ


Enter your email to get our daily news in your inbox.

All Right Reserved By Dharitri.Com

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri