FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ବାଲେଶ୍ୱରରେ ପହଞ୍ଚିଲା UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ବାଲେଶ୍ୱର,୧୮ା୭(ବାଞ୍ଛାନିଧି ଦେ): ଫକୀର ମୋହନ ମହାବିଦ୍ୟାଳୟର  ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ବାଲେଶ୍ୱରେ ଶୁକ୍ରବାର ଆସି ପହଞ୍ଚିଛି UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ପ୍ରଫେସର ରାଜ କୁମାର ମିତ୍ତଲଙ୍କ ଅଧ୍ୟକ୍ଷତାରେ ୪ ଜଣିଆ ଟିମ୍‌ ଆସିଛନ୍ତି । ଟିମ୍‌ରେ ଅଛନ୍ତି ପ୍ରଫେସର ସୁଷମା ଯାଦବ, ଡକ୍ଟର ନିରଜା ଗୁପ୍ତା ଓ ୟୁଜିସିର ଯୁଗ୍ମ ସଚିବ ଡକ୍ଟର ଅସୀମା ମଙ୍ଗଲା। ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ହେବ। ପାରିପାର୍ଶିକ ସ୍ଥିତିର ଅନୁଧ୍ୟାନ ସହ କଲେଜରେ ଛାତ୍ରୀ ନିର୍ଯାତନା ସମ୍ପର୍କିତ ତଥ୍ୟ ସଂଗ୍ରହ କରିବେ। ଭାରପ୍ରାପ୍ତ ଅଧ୍ୟକ୍ଷ ଓ ଆଇସି କମିଟିର ସଦସ୍ୟଙ୍କ ସହ ଏହି ଟିମ୍‌ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ପଚରାଉଚରା ଜାରି ରହିଛି।

ସେହିପରି ଗତକାଲି କ୍ରାଇମ୍‌ବ୍ରାଞ୍ଚର ସିଏଡବ୍ଲ୍ୟୁ ଓ ସିଡବ୍ଲ୍ୟୁ ଶାଖାର ଆଇଜି ଏସ୍‌. ସାଇନିଙ୍କ ତତ୍ତ୍ୱାବଧାନରେ ଟିମ୍‌ ଲିଡର ଡିଏସ୍‌ପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଲି ରାଉତ ଓ ଅନ୍ୟ ଜଣେ କନ୍‌ଷ୍ଟେବଲ, ସାଇଣ୍ଟିଫିକ୍‌ ଟିମ୍‌ର ସଦସ୍ୟ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ପହଞ୍ଚି ଆତ୍ମାହୁତି ମାମଲାର ତଥ୍ୟ ହାସଲ ନିମନ୍ତେ ପଚରାଉଚରା କରିଥିଲେ। ବାଲେଶ୍ୱର କ୍ରାଇମ ଡିଏସ୍‌ପି ତପସ୍ବିନୀ କହଁର ଉପସ୍ଥିତ ଥିଲେ। ନୂତନ ଅଧ୍ୟକ୍ଷ ପ୍ରଫେସର ଫିରୋଜ ପାଢ଼ୀଙ୍କ ସହ ପ୍ରଥମେ ଆଲୋଚନା କରି ଇଣ୍ଟରନାଲ କମ୍ପ୍ଲେଣ୍ଟ କମିଟି (ଆଇସିସି)ର ସଦସ୍ୟଙ୍କୁ ଜଣ ଜଣ କରି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଗତ ୧୩ ଓ ୧୪ ତାରିଖରେ କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ରାଜଲକ୍ଷ୍ମୀ ନାୟକ ଓ ଡିଏସ୍‌ପି ନାୟକ ଦୁଇଦିନ ଧରି ୩ଘଣ୍ଟା ଲେଖାଏଁ ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରି ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri