Posted inରାଜ୍ୟ

FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଧର୍ମେନ୍ଦ୍ର ପ୍ରଧାନ କହିଲେ…

ଭୁବନେଶ୍ୱର,୧୪।୭: ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି। ଏହା ଏକ ଦୁର୍ଭାଗ୍ୟଜନକ ଘଟଣା, ଯେତେ ନିନ୍ଦା କଲେ ବି କମ ହେବ। ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି, ସାମ୍ନା କରିବାକୁ ପଡ଼ିବ। ଆଗକୁ ରାଜ୍ୟ ସରକାର ଆଇନ ଅନୁସାରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବେ। ଏବେ ରାଜନୀତି କରିବାର ବେଳ ନୁହେଁ, ଉତ୍ତମ ଚିକିତ୍ସା ଯୋଗାଇବା ପ୍ରାଥମିକତା ରହିଛି ବୋଲି କହିଛନ୍ତି ଧର୍ମେନ୍ଦ୍ର।

ଅନ୍ୟପଟେ ଏହି ଘଟଣାକୁ ନେଇ ରାଜନୀତି ଜୋର ଧରିଛି। ବାଲେଶ୍ବରରେ ବିଜେଡି, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଲେଜ ମୁଖ୍ୟ ଫାଟକ ଆଗରେ ପ୍ରତିବାଦ ଓ ନାରାବାଜି କରାଯାଇଛି।

ସେପଟେ କ୍ରାଇମବ୍ରାଞ୍ଚ ଛାନଭିନ ଚଳାଇଛି। କ୍ରାଇମବ୍ରାଞ୍ଚ CAW & CWର ଦୁଇ ଜଣିଆ ଟିମ ଆଜି ବି କଲେଜକୁ ଯାଇ ତଦନ୍ତ କରୁଛନ୍ତି। କଲେଜର ଛାତ୍ରୀଛାତ୍ର ଓ କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । ୩ ଜଣିଆ ଉଚ୍ଚସ୍ତରୀୟ କମିଟି ମଧ୍ୟ ଘଟଣାର ତଦନ୍ତ ଜାରି ରଖିଛି। ଗତକାଲି ଏହି ଟିମ ନିଲମ୍ବିତ ପ୍ରିନ୍ସିପାଲଙ୍କୁ ପଚରାଉଚରା କରିଥିଲା। କଲେଜର ଇଣ୍ଟରନାଲ କମ୍ପ୍ଲେନ କମିଟି ରିପୋର୍ଟକୁ ବି ତଦାରଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri