FM କଲେଜର ନୂଆ ପ୍ରିନ୍ସପାଲଙ୍କ ସାଂଘାତିକ ଖୁଲାସା, ଫେବର କଥାକୁ ନେଇ କହିଲେ…

ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସମସ୍ତ ଦିଗକୁ ନେଇ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ। ଏହି ସମୟରେ କଲେଜର ନୂଆ ପ୍ରିନ୍ସପାଲ ପିରୋଜ ପାଢୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ଦିନରେ କଲେଜ ଭଲରେ ଚାଲିବ ବୋଲି ଆଶା କରୁଛୁ । ଏହା ସହିତ ୩୦ ତାରିଖ ବୈଠକକୁ ନେଇ ମୁହଁ ଖୋଲିଛନ୍ତି ନୂଆ ପ୍ରିନ୍ସପାଲ। କହିଛନ୍ତି, ପୀଡିତାଙ୍କୁ ନିର୍ଯାତନା ଦେଉଥିଲେ ସମୀର ସାହୁ। ଏନେଇ ସୌମ୍ୟାଶ୍ରୀ ସମସ୍ତଙ୍କ ଆଗରେ ଅଭିଯୋଗ କରିଥିଲେ। କିଛି ସମୟ ଆଲୋଚନା ହୋଇଥିଲା। ତାପରେ ଏକ ଲିଖିତ ଅଭଯୋଗ କରିବାକୁ କୁହାଯାଇଥିଲା। ଫେବର କଥା ସମୀର ସାହୁ ସ୍ବୀକାର କରିନଥିଲେ। ସେ କହିଥିଲେ ମୁଁ ସେଗୁଡା କହିନଥିଲି। ଉପସ୍ଥିତି କମ୍‌ ହୋଇଥିବାରୁ ସେ ରାଗୁଥିଲେ ବୋଲି ସ୍ବୀକାର କରିଛନ୍ତି। ସମସ୍ତଙ୍କ ସହଯୋଗରେ କଲେଜରେ ଶୀଘ୍ର ସ୍ବାଭାବିକ ହେଉ ବୋଲି କହିଛନ୍ତି ନୂଆ ପ୍ରିନ୍ସପାଲ।

ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ଆଭ୍ୟନ୍ତରୀଣ କମିଟି (ICC) ସଦସ୍ୟଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ ଦିଆଯାଇଛି। ଆଜି ଓ ଆସନ୍ତାକାଲି FM କଲେଜରେ ବ୍ୟକ୍ତିଗତ ହାଜର ପାଇଁ କୁହାଯାଇଛି। ପୁଣିଥରେ ତଦନ୍ତ ପାଇଁ ମହାବିଦ୍ୟାଳୟରେ ପହଞ୍ଚତ୍ଛି କ୍ରାଇମ୍ବ୍ରାଞ୍ଚର ୫ଜଣିଆ ଟିମ। କ୍ରାଇମ୍ବ୍ରାଞ୍ଚର ସିଏଡବ୍ଲ୍ୟୁ ଓ ସିଡବ୍ଲ୍ୟୁ ଶାଖାର ଆଇଜି ଏସ. ସାଇନିଙ୍କ ତତ୍ତ୍ୱାବଧାନରେ ଟିମ ଲିଡର ଡିଏସ୍‌ପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଲି ରାଉତ ଓ ଅନ୍ୟ ଜଣେ କନଷ୍ଟେବଳ, ସାଇଣ୍ଟିଫିକ ଟିମ୍‌ର ସଦସ୍ୟ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଆତ୍ମାହୁତି ମାମଲାର ତଥ୍ୟ ହାସଲ ନିମନ୍ତେ ପଚରାଉଚରା କରିଥିଲେ। ବାଲେଶ୍ୱର କ୍ରାଇମ ଡିଏସ୍ପି ତପସ୍ବିନୀ କହଁର ଉପସ୍ଥିତ ଥିଲେ। ନୂତନ ଅଧ୍ୟକ୍ଷ ପ୍ରଫେସର ଫିରୋଜ ପାଢ଼ୀଙ୍କ ସହ ପ୍ରଥମେ ଆଲୋଚନା କରି ଇଣ୍ଟରନାଲ କମ୍ପ୍ଲେଣ୍ଟ କମିଟି (ଆଇସିସି)ର ସଦସ୍ୟଙ୍କୁ ଜଣ ଜଣ କରି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଗତ ୧୩ ଓ ୧୪ ତାରିଖରେ କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍ପି ରାଜଲକ୍ଷ୍ମୀ ନାୟକ ଓ ଡିଏସ୍ପି ନାୟକ ଦୁଇଦିନ ଧରି ୩ଘଣ୍ଟା ଲେଖାଏଁ ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରି ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri