FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସାଧିନ ଅଛନ୍ତି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ଗୁରୁତର ଛାତ୍ରୀଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବର୍ଣ୍ଣ ୟୁନିଟରେ ପୀଡ଼ିତାଙ୍କୁ ସାକ୍ଷାତ କରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।
ସୂଚନାଯୋଗ୍ୟ, ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଡିଗ୍ରୀପ୍ରାପ୍ତ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଉଛି। ପୁଅଙ୍କ ତୁଳନାରେ ଅଧିକ ଝିଅ ସୱର୍ଣ୍ଣ ପଦକ ପାଇଥିବାରୁ ଆହୁରି ଖୁସି ଲାଗୁଛି। ମା, ଭଉଣୀ ହେଉଛନ୍ତି ସେବାର ପ୍ରତୀକ। ଝିଅମାନେ ଅଧିକରୁ ଅଧିକ ଡାକ୍ତର ହେଲେ ସେବା କାର୍ଯ୍ୟ ଜୋରଦାର ହେବ। ଗୁଣାତ୍ମକ ଚିକିତ୍ସା ଯୋଗୁ ଦେଶ ବାହାରୁ ଚିକିତ୍ସା ପାଇଁ ରୋଗୀ ଏମ୍ସ ଆସୁଛନ୍ତି। ଗତ ୧୦ ବର୍ଷରେ ୧୦ ଲକ୍ଷ ଲୋକ ଏମ୍ସରେ ଚିକିତ୍ସିତ ହୋଇଛନ୍ତି। ବାଲ୍ୟାବସ୍ଥା ଗାଁରେ କଟିଛି, ଗାଁରେ ଲୋକେ ଡାକ୍ତରଙ୍କୁ ଭଗବାନ ମାନନ୍ତି। ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ ଏହା ଏକ ବ୍ରତ। ଡାକ୍ତରୀ ସେବାର ଅନ୍ତ ନାହିଁ, ଶେଷ ନିଶ୍ବାସ ପର୍ଯ୍ୟନ୍ତ ସେବା ଯୋଗାଇବେ। ଏହା ୧୦ରୁ ୫ ଡ୍ୟୁଟି ନୁହେଁ, ସବୁବେଳେ କାମ କରିବାକୁ ହେବ।ଆଉ ଏଥିରୁ ଆପଣଙ୍କୁ ଯେଉଁ ଆତ୍ମସନ୍ତୋଷ ମିଳିବ, ଏହାର ତୁଳନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri