ନିର୍ଯାତନା ସମ୍ପର୍କରେ ସମସ୍ତଙ୍କୁ ଜଣାଇଥିଲେ FM ଛାତ୍ରୀ, କେହି ଶୁଣିଥିଲେ ଏମିତି ଘଟି ନ ଥାନ୍ତା…

ବାଲେଶ୍ୱର/ଭୁବନେଶ୍ୱର, (ବାଞ୍ଝାନିଧି ଦେ/ସୁନୀତ୍‌ ମିଶ୍ର)୧୪ା୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ତାଙ୍କର ୧୨ ଦିନ ତଳର ଟୁଇଟ୍‌ ଏବେ ଭାଇରାଲ ହୋଇଛି, ଯାହାକୁ ନେଇ ସାରା ରାଜ୍ୟରେ କ୍ଷୋଭ ପ୍ରକାଶ ପାଇଛି। ୬ ମାସ ଧରି ଦିଆଯାଇଆସୁଥିବା ଶାରୀରିକ, ମାନସିକ ନିର୍ଯାତନା ସମ୍ପର୍କରେ ପୀଡ଼ିତା ଜୁଲାଇ ୧ରେ ନିଜ ସୋସିଆଲ ମିଡିଆ ‘X’ ହ୍ୟାଣ୍ଡଲରେ ଜଣାଇଥିଲେ। ଏହାର ପୂର୍ବ ଦିନ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ସେ ବରିଷ୍ଠ ପୋଲିସ ଅଧିକାରୀ, ଅଧ୍ୟାପକ ଏବଂ କେତେଜଣ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ନିର୍ଯାତନା ସମ୍ପର୍କରେ କଲେଜ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧ ତାରିଖରେ ‘X’ରେ ଏନେଇ ତଥ୍ୟ ଉଲ୍ଲେଖ କରିବା ସହ କେତେଜଣ ବିଶିଷ୍ଟ ବ୍ୟକ୍ତି ଓ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ସେମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ (@ଡିଏଚ୍‌ଇ), ଉଚ୍ଚଶିକ୍ଷା ମନ୍ତ୍ରୀ (@ସୂର୍ଯ୍ୟବଂଶୀବିଜେପି), କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (@ଡିପ୍ରଧାନବିଜେପି), @ସିଏମ୍‌ଓ_ଓଡ଼ିଶା, @ମୋହନଏମ୍‌ଓଡ଼ିଶା, ବାଲେଶ୍ୱର ଜିଲାପାଳ (@ଡିବାଲେଶ୍ୱର), ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ (@ମାନସକୁମାରଦତ୍ତ), କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ (@ଏଡୁମିନ୍‌ଅଫ୍‌ଇଣ୍ଡିଆ) ଓ ଜାତୀୟ ମହିଳା କମିଶନ(@ଏନ୍‌ସିଡବ୍ଲ୍ୟୁଇଣ୍ଡିଆ)। ଏହିମାନଙ୍କ ପାଖରୁ ପୀଡ଼ିତା ନ୍ୟାୟ ଆଶା ରଖିଥିଲେ। କଲେଜ ଅଧ୍ୟକ୍ଷ ତାଙ୍କୁ ୪/୫ ଦିନ ସମୟ ମାଗିଥିଲେ। ହେଲେ ନା କୌଣସି କର୍ତ୍ତୃପକ୍ଷ ତାଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଲେ ନା ଅଧ୍ୟକ୍ଷଙ୍କଠାରୁ ସେ ନ୍ୟାୟ ପାଇଲେ। ଶେଷରେ ହତାଶ ହୋଇ ଆତ୍ମାହୁତି ଦେବା ପାଇଁ ଚରମ ପଦକ୍ଷେପ ନେଲେ। ନିର୍ଯାତିତା ଛାତ୍ରୀଙ୍କ ଏହି ଟୁଇଟ୍‌ରେ ଟ୍ୟାଗ୍‌ ହୋଇଥିବା ବ୍ୟକ୍ତିମାନଙ୍କ ଉପରେ ଏବେ ସୋସିଆଲ ମିଡିଆ ୟୁଜର୍ସ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। କେହି ଜଣେ ଶୁଣିଥିଲେ, ଛାତ୍ରୀ ନିଜ ଦେହରେ ନିଆଁ ଲଗାଇଦେବା ଭଳି ଘଟଣା ଘଟି ନ ଥାନ୍ତା ବୋଲି ୟୁଜର୍ସ ଦର୍ଶାଇବା ସହ ପ୍ରକୃତରେ କିଏ ଦାୟୀ ଏବଂ କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ ବୋଲି ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri