ନିର୍ଯାତନା ସମ୍ପର୍କରେ ସମସ୍ତଙ୍କୁ ଜଣାଇଥିଲେ FM ଛାତ୍ରୀ, କେହି ଶୁଣିଥିଲେ ଏମିତି ଘଟି ନ ଥାନ୍ତା…

ବାଲେଶ୍ୱର/ଭୁବନେଶ୍ୱର, (ବାଞ୍ଝାନିଧି ଦେ/ସୁନୀତ୍‌ ମିଶ୍ର)୧୪ା୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ତାଙ୍କର ୧୨ ଦିନ ତଳର ଟୁଇଟ୍‌ ଏବେ ଭାଇରାଲ ହୋଇଛି, ଯାହାକୁ ନେଇ ସାରା ରାଜ୍ୟରେ କ୍ଷୋଭ ପ୍ରକାଶ ପାଇଛି। ୬ ମାସ ଧରି ଦିଆଯାଇଆସୁଥିବା ଶାରୀରିକ, ମାନସିକ ନିର୍ଯାତନା ସମ୍ପର୍କରେ ପୀଡ଼ିତା ଜୁଲାଇ ୧ରେ ନିଜ ସୋସିଆଲ ମିଡିଆ ‘X’ ହ୍ୟାଣ୍ଡଲରେ ଜଣାଇଥିଲେ। ଏହାର ପୂର୍ବ ଦିନ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ସେ ବରିଷ୍ଠ ପୋଲିସ ଅଧିକାରୀ, ଅଧ୍ୟାପକ ଏବଂ କେତେଜଣ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ନିର୍ଯାତନା ସମ୍ପର୍କରେ କଲେଜ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧ ତାରିଖରେ ‘X’ରେ ଏନେଇ ତଥ୍ୟ ଉଲ୍ଲେଖ କରିବା ସହ କେତେଜଣ ବିଶିଷ୍ଟ ବ୍ୟକ୍ତି ଓ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ସେମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ (@ଡିଏଚ୍‌ଇ), ଉଚ୍ଚଶିକ୍ଷା ମନ୍ତ୍ରୀ (@ସୂର୍ଯ୍ୟବଂଶୀବିଜେପି), କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (@ଡିପ୍ରଧାନବିଜେପି), @ସିଏମ୍‌ଓ_ଓଡ଼ିଶା, @ମୋହନଏମ୍‌ଓଡ଼ିଶା, ବାଲେଶ୍ୱର ଜିଲାପାଳ (@ଡିବାଲେଶ୍ୱର), ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ (@ମାନସକୁମାରଦତ୍ତ), କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ (@ଏଡୁମିନ୍‌ଅଫ୍‌ଇଣ୍ଡିଆ) ଓ ଜାତୀୟ ମହିଳା କମିଶନ(@ଏନ୍‌ସିଡବ୍ଲ୍ୟୁଇଣ୍ଡିଆ)। ଏହିମାନଙ୍କ ପାଖରୁ ପୀଡ଼ିତା ନ୍ୟାୟ ଆଶା ରଖିଥିଲେ। କଲେଜ ଅଧ୍ୟକ୍ଷ ତାଙ୍କୁ ୪/୫ ଦିନ ସମୟ ମାଗିଥିଲେ। ହେଲେ ନା କୌଣସି କର୍ତ୍ତୃପକ୍ଷ ତାଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଲେ ନା ଅଧ୍ୟକ୍ଷଙ୍କଠାରୁ ସେ ନ୍ୟାୟ ପାଇଲେ। ଶେଷରେ ହତାଶ ହୋଇ ଆତ୍ମାହୁତି ଦେବା ପାଇଁ ଚରମ ପଦକ୍ଷେପ ନେଲେ। ନିର୍ଯାତିତା ଛାତ୍ରୀଙ୍କ ଏହି ଟୁଇଟ୍‌ରେ ଟ୍ୟାଗ୍‌ ହୋଇଥିବା ବ୍ୟକ୍ତିମାନଙ୍କ ଉପରେ ଏବେ ସୋସିଆଲ ମିଡିଆ ୟୁଜର୍ସ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। କେହି ଜଣେ ଶୁଣିଥିଲେ, ଛାତ୍ରୀ ନିଜ ଦେହରେ ନିଆଁ ଲଗାଇଦେବା ଭଳି ଘଟଣା ଘଟି ନ ଥାନ୍ତା ବୋଲି ୟୁଜର୍ସ ଦର୍ଶାଇବା ସହ ପ୍ରକୃତରେ କିଏ ଦାୟୀ ଏବଂ କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ ବୋଲି ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri