ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ:AIIMS ପକ୍ଷରୁ ଘୋଷଣା 

ଭୁବେଶ୍ବର,୧୫/୭: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ଯାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା।

ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ତାଙ୍କର ୧୨ ଦିନ ତଳର ଟୁଇଟ୍‌ ଏବେ ଭାଇରାଲ ହୋଇଛି, ଯାହାକୁ ନେଇ ସାରା ରାଜ୍ୟରେ କ୍ଷୋଭ ପ୍ରକାଶ ପାଇଛି। ୬ ମାସ ଧରି ଦିଆଯାଇଆସୁଥିବା ଶାରୀରିକ, ମାନସିକ ନିଯର୍ର୍ାତନା ସମ୍ପର୍କରେ ପୀଡ଼ିତା ଜୁଲାଇ ୧ରେ ନିଜ ସୋସିଆଲ ମିଡିଆ ‘X’ ହ୍ୟାଣ୍ଡଲରେ ଜଣାଇଥିଲେ। ଏହାର ପୂର୍ବ ଦିନ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ସେ ବରିଷ୍ଠ ପୋଲିସ ଅଧିକାରୀ, ଅଧ୍ୟାପକ ଏବଂ କେତେଜଣ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ନିର୍ଯାତନା ସମ୍ପର୍କରେ କଲେଜ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧ ତାରିଖରେ ‘X’ରେ ଏନେଇ ତଥ୍ୟ ଉଲ୍ଲେଖ କରିବା ସହ କେତେଜଣ ବିଶିଷ୍ଟ ବ୍ୟକ୍ତି ଓ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ସେମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ (@ଡିଏଚ୍‌ଇ), ଉଚ୍ଚଶିକ୍ଷା ମନ୍ତ୍ରୀ (@ସୂର୍ଯ୍ୟବଂଶୀବିଜେପି), କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (@ଡିପ୍ରଧାନବିଜେପି), @ସିଏମ୍‌ଓ_ଓଡ଼ିଶା, @ମୋହନଏମ୍‌ଓଡ଼ିଶା, ବାଲେଶ୍ୱର ଜିଲାପାଳ (@ଡିବାଲେଶ୍ୱର), ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ (@ମାନସକୁମାରଦତ୍ତ), କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ (@ଏଡୁମିନ୍‌ଅଫ୍‌ଇଣ୍ଡିଆ) ଓ ଜାତୀୟ ମହିଳା କମିଶନ(@ଏନ୍‌ସିଡବ୍ଲ୍ୟୁଇଣ୍ଡିଆ)। ଏହିମାନଙ୍କ ପାଖରୁ ପୀଡ଼ିତା ନ୍ୟାୟ ଆଶା ରଖିଥିଲେ। କଲେଜ ଅଧ୍ୟକ୍ଷ ତାଙ୍କୁ ୪/୫ ଦିନ ସମୟ ମାଗିଥିଲେ। ହେଲେ ନା କୌଣସି କର୍ତ୍ତୃପକ୍ଷ ତାଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଲେ ନା ଅଧ୍ୟକ୍ଷଙ୍କଠାରୁ ସେ ନ୍ୟାୟ ପାଇଲେ। ଶେଷରେ ହତାଶ ହୋଇ ଆତ୍ମାହୁତି ଦେବା ପାଇଁ ଚରମ ପଦକ୍ଷେପ ନେଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri