FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣା: କଂଗ୍ରେସ-ସିପିଆଇର ବନ୍ଦ ପାଳନ

ପୁରୁଷୋତ୍ତମପୁର,୧୭ା୭(ସିମାଞ୍ଚଳ ମିଶ୍ର): ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ ହୋଇଛି। କଂଗ୍ରେସ ଓ ସିପିଆଇ, ସିପିଏମ୍‌ କର୍ମୀମାନେ ମିଳିତ ଭାବରେ ଆସିକା-ହୁମ୍ମା – ବ୍ରହ୍ମପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର କାଳୀମନ୍ଦିରଛକଠାରେ ରାସ୍ତା ଉପରେ ଦଉଡ଼ି ବାନ୍ଧି ଅବରୋଧ କରି ଧାରଣାରେ ବସିବା ସହ ବିଭିନ୍ନ ସ୍ଥାନରେ ପିକେଟିଂ କରିଥିଲେ। ଶୋଭାଯାତ୍ରାରେ ଯାଇ ବ୍ଲକ, ତହସିଲ, ସ୍କୁଲ, କଲେଜ, ବ୍ୟାଙ୍କ ସହ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ଓ ଦୋକାନ ବଜାର ବନ୍ଦ କରିଥିଲେ। ଏହାସହ ଭାଜପା ସରକାର ବିରୋଧରେ ନାରା ଦେଇ ସୌମ୍ୟାଶ୍ରୀଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନକରିବା ସହ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ଏଥିରେ ବରିଷ୍ଠ ସିପିଆଇ ନେତା ବିପିନ ବିହାରୀ ପଟ୍ଟନାୟକ, ପ୍ରକାଶ ବେହେରା,ସିପିଆଏମ୍‌ ନେତା ବିନୋଦ କୁମାର ଗୌଡ଼, ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ବେହେରା, ମନୋରଞ୍ଜନ ଦାଶ,ଚିତ୍ରସେନ ବେହେରା, ଶୁଶାନ୍ତ ଗୌଡ଼ ପ୍ରମୁଖ ସାମିଲ ହୋଇଥିଲେ। ଆଇନ ଶୃଙ୍ଖଳା ନିୟନ୍ତ୍ରଣ ଲାଗି ଆଇଆଇସି ରାଜେଶ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri